Posted inଖେଳ

କପିଲ ଦେବଙ୍କ ଯୋଗୁ ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ଶପଥ ନେଇଥିଲେ ଗାଭାସ୍କର, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୦।୧: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ କେହି ଗ୍ରହଣ କରିପାରି ନ ଥିଲେ। ଉଭୟ ବ୍ୟାଟ୍ସମ୍ୟାନ୍‌ ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀ କୋଟଲା ପଡିଆରେ ଖରାପ ବ୍ୟାଟିଂ କରି ଉଇକେଟ ହରାଇଥିଲେ। ଫଳରେ ଡ୍ର ହେବାକୁ ଯାଉଥିବା ମ୍ୟାଚ୍‌ରେ ସହଜ ବିଜୟ ହାସଲ କରିଥିଲେ ଇଂଲଣ୍ଡ ଟିମ୍‌। କପିଲଙ୍କ ଏଭଳି ବ୍ୟବହାରକୁ ନେଇ ସୁନିଲ ଗାଭାସ୍କର ଖପ୍ପା ହୋଇଥିଲେ। ଏହାର ପରିଣାମସ୍ବରୂପ ଚୟନକର୍ତ୍ତାମାନେ କୋଲକାତା ଟେଷ୍ଟ ମ୍ୟାଚ୍‌ରୁ ଉଭୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ବାହାର କରିଦେବାକୁ ନିଷ୍ପତ୍ତି ନେଇଥିଲେ।

କପିଲ କଥିତ ଭାବେ ଗାଭାସ୍କରଙ୍କ ଯୋଗୁ ଦଳରୁ ବାହାରିଥିବା ନେଇ କହିଥିଲେ। ହେଲେ ଏହାକୁ ଲିଟିଲ୍‌ ମାଷ୍ଟର ପ୍ରତ୍ୟାଖ୍ୟାନ କରିଥିଲେ। ତାଙ୍କର ଏଥିରେ କୌଣସି ଭୂମିକା ନାହିଁ ବୋଲି କହିଥିଲେ। ଅପରପକ୍ଷେ ମ୍ୟାଚ୍‌ ସମୟରେ ଦର୍ଶକ ମଧ୍ୟ ନିରାଶ ହୋଇଥିଲେ। ଏପରିକି କେହି କେହି ‘ନୋ କପିଲ, ନୋ ଟେଷ୍ଟ’ ବୋଲି କହିଥିଲେ। ଗାଭାସ୍କରଙ୍କ ଉପରେ କେହି କେହି ଫଳ ଓ ପନିପରିବା ଫିଙ୍ଗିବା ଆରମ୍ଭ କରିଥିଲେ। ଦର୍ଶକଙ୍କ ଏହି ବ୍ୟବହାରକୁ ନେଇ ଗାଭାସ୍କର କେବେ ହେଲେ ଇଡେନ୍‌ ଗାଡେନ୍ସରେ ଖେଳିବେ ନାହିଁ ବୋଲି ଶପଥ ନେଇଥିଲେ।

ସେତେବେଳ ସମୟରେ ଗାଭାସ୍କର-କପିଲ ଦେବଙ୍କ ମଧ୍ୟରେ ତିକ୍ତତାର ସମାଧାନ ପାଇଁ ବିସିସିଆଇ ଚେଷ୍ଟା କରିଥିଲା। କୌଣସି ଅଧିନାୟକ ଏତେ ବି ମୁର୍ଖ ନୁହେଁ କି ଟିମ୍‌ର ଶ୍ରେଷ୍ଠ ଅଲରାଉଣ୍ଡରକୁ ବାହାର କରିବ ବୋଲି ସେ କହିଥିଲେ। କପିଲଙ୍କୁ ଯେଉଁ ଚୟନକର୍ତ୍ତା ଚାହୁଁ ନ ଥିଲେ ତାର ନାମ ଖୁଲାସା କରିବେ ବୋଲି ମଧ୍ୟ ସେ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?