Posted inଖେଳ

ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଦିନିକିଆ ତ୍ରିଶତକ ହାସଲ କରିପାରିବେ ଏହି ଖେଳାଳି

ନୂଆଦିଲ୍ଲୀ,୨୮।୧୨: ଭାରତୀୟ ଦଳ ବାଂଲାଦେଶି ବିପକ୍ଷରେ ଟେଷ୍ଟ ସିରିଜ ବିଜୟ ସହିତ ୨୦୨୨ କ୍ୟାଲେଣ୍ଡର ବର୍ଷ ଶେଷ କରିଛି। ଏହି ବିଜୟ ସହ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିବାର ସମ୍ଭାବନାକୁ ଦୃଢ କରିଛି। ଭାରତ ପାଇଁ ଏହା ଏକ କଷ୍ଟକର ବର୍ଷ ହୋଇଛି। ଏସିଆ କପ୍‌ର ସୁପର-୪ ଏବଂ ଟି -୨୦ ବିଶ୍ୱକପ୍‌ ସେମିଫାଇନାଲରେ ଟିମ ଇଣ୍ଡିଆକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କରଙ୍କୁ ୨୦୨୨ ପାଇଁ ଭାରତର ଶ୍ରେଷ୍ଠ ଖେଳାଳି ବାଛିବା ପାଇଁ କଠିନ କାର୍ଯ୍ୟ ଦିଆଯାଇଥିଲା। ସେ ଏଥିପାଇଁ ଇଶାନ କିଶନଙ୍କୁ ବାଛିଛନ୍ତି। ଏହା ସହିତ ଗାଭାସ୍କର ମଧ୍ୟ ଭବିଷ୍ୟବାଣୀ କରିଛନ୍ତି ଯେ, ସେ ଦିନିକିଆରେ ତ୍ରିଶତକ ହାସଲ କରିପାରିବେ।
ଗାଭାସ୍କର ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶନଙ୍କୁ ପ୍ରଶଂସା କରିଥିଲେ। ବାଂଲାଦେଶ ଗସ୍ତରେ ତୃତୀୟ ଦିନିକିଆରେ କିଶନ ୨୧୦ ରନର ଏକ ଇନିଂସ ଖେଳିଥିଲେ। ସେ ଏହି ଇନିଂସ ସହ ରୋହିତ ଶର୍ମା, ସଚିନ ତେନ୍ଦୁଲକର ଏବଂ ବୀରେନ୍ଦ୍ର ସେହ୍ବାଗଙ୍କ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଥିଲେ। ଗାଭାସ୍କର କହିଛନ୍ତି, ଯଦି ସେ ସେହି ମ୍ୟାଚରେ ବ୍ୟାଟିଂ ଜାରି ରଖିଥାନ୍ତେ, ତେବେ ସେ ଦିନିକିଆରେ ପ୍ରଥମ ତ୍ରିଶତକ ହାସଲ କରିଥାନ୍ତେ। ତାଙ୍କ ଉପରେ ବହୁତ କିଛି ଆଶା ଅଛି। ବିଦେଶରେ ମଧ୍ୟ ଏପରି ବ୍ୟାଟିଂ କରିବାର ସାମାର୍ଥ୍ୟ ତାଙ୍କ ପାଖରେ ଅଛି। ତେଣୁ ସେ ଭବିଷ୍ୟତରେ ଦିନିଆରେ ତ୍ରିଶତକ ହାସଲ କରିପାରିବେ ଏଥିରେ ସନ୍ଦେହ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri