Posted inଖେଳ

ଗାଭାସ୍କରଙ୍କ ଆଇପିଏଲ ଦଳର ଅଧିନାୟକ ଧୋନୀ

ନୂଆଦିଲ୍ଲୀ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୪ତମ ସଂସ୍କରଣ ପୂର୍ବରୁ
ନିଜ ସର୍ବକାଳୀନ ଆଇପିଏଲ ଏକାଦଶ ଘୋଷଣା କରିଛନ୍ତି କିମ୍ବଦନ୍ତୀ ଭାରତୀୟ ଟେଷ୍ଟ ଓପନର ସୁନୀଲ ଗାଭାସ୍କର। ମହେନ୍ଦ୍ର ସିଂ ଧୋନୀଙ୍କୁ ଦେଇଛନ୍ତି ଦଳର ନେତୃତ୍ୱ ଭାର। ନିଜ ସମୟର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଆଇପିଏଲ ନିୟମ ଅନୁସାରେ ଦଳରେ ୪ଟି ବିଦେଶୀ ଖେଳାଳି ରଖିଛନ୍ତି। ତାଙ୍କ ଦଳରେ ଓପନର ଭାବେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଏବଂ ‘ୟୁନିଭର୍ସ ବସ୍‌’ କ୍ରିସ୍‌ ଗେଲ୍‌ଙ୍କୁ ବାଛିଛନ୍ତି। ୩ ନମ୍ବର ପାଇଁ ଡେଭିଡ ଓ୍ବାର୍ନରଙ୍କୁ ଓ ବିରାଟ କୋହଲିଙ୍କୁ ୪ ନମ୍ବରରେ ନେଇଛନ୍ତି ଗାଭାସ୍କର। ଏବି ଡି’ଭିଲୟର୍ସ ଓ ସୁରେଶ ରାଇନାଙ୍କୁ ଯଥାକ୍ରମେ ୫ ଓ ୬ଷ୍ଠ ସ୍ଥାନରେ ରଖିଛନ୍ତି। ୩ ଥର ଆଇପିଏଲ ବିଜେତା ଅଧିନାୟକ ଧୋନୀ ୭ମ ଏବଂ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ୮ମ ସ୍ଥାନ ପାଇଛନ୍ତି। ବୋଲିଂ ବିଭାଗରେ ଗାଭାସ୍କର ସୁନୀଲ ନାରିନ, ଭାରତର ଦୁଇ ପେସର ଭୁବନେଶ୍ୱର କୁମାର ଓ ଯଶପ୍ରୀତ ବୁମ୍‌ରାଙ୍କୁ ସ୍ଥାନ ଦେଇଛନ୍ତି ଗାଭାସ୍କର। ଦଳରେ ଦ୍ୱାଦଶ ଖେଳାଳି ଭାବେ ସ୍ଥାନ ପାଇଛନ୍ତି ଶ୍ରୀଲଙ୍କାର ଲସିଥ ମାଲିଙ୍ଗା। ଅନେକ ଖେଳାଳିଙ୍କୁ ଛାଡ଼ି ଯାଇଥିବାରୁ କ୍ଷମା ମାଗିଛନ୍ତି ଏହି ଲିଟିଲ ମାଷ୍ଟର।

ଗାଭାସ୍କରଙ୍କ ସର୍ବକାଳୀନ ଆଇପିଏଲ ଏକାଦଶ : ରୋହିତ ଶର୍ମା, କ୍ରିସ୍‌ ଗେଲ୍‌, ଡେଭିଡ ଓ୍ବାର୍ନର, ବିରାଟ କୋହଲି, ଏବି ଡି’ଭିଲୟର୍ସ, ସୁରେଶ ରାଇନା, ମହେନ୍ଦ୍ର ସିଂ ଧୋନୀ (ଅଧିନାୟକ/ଉଇକେଟ କିପର), ରବୀନ୍ଦ୍ର ଜାଡେଜା, ସୁନୀଲ ନାରିନ, ଭୁବନେଶ୍ୱର କୁମାର ଓ ଯଶପ୍ରୀତ୍‌ ବୁମ୍‌ରା। ଦ୍ୱାଦଶ ଖେଳାଳି: ଲସିଥ ମାଲିଙ୍ଗା।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri