Posted inଖେଳ

ଗାଭାସ୍କରଙ୍କ ଆଇପିଏଲ ଏକାଦଶର ଅଧିନାୟକ ଧୋନୀ

ନୂଆଦିଲ୍ଲୀ, ୮।୪(ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୪ତମ ସଂସ୍କରଣ ପୂର୍ବରୁ କିମ୍ବଦନ୍ତୀ ଭାରତୀୟ ଟେଷ୍ଟ ଓପନର ସୁନୀଲ ଗାଭାସ୍କର ସର୍ବକାଳୀନ ଆଇପିଏଲ ଏକାଦଶ ଚୟନ କରିଛନ୍ତି। ଏଥିରେ ସେ ମହେନ୍ଦ୍ର ସିଂ ଧୋନୀଙ୍କୁ ଅଧିନାୟକ କରିଛନ୍ତି। ଆଇପିଏଲ ଇତିହାସର ସବୁଠାରୁ ସଫଳ ଅଧିନାୟକ ରୋହିତ ଶର୍ମା ଏବଂ ‘ୟୁନିଭର୍ସ ବସ୍‌’ କ୍ରିସ୍‌ ଗେଲ୍‌ଙ୍କୁ ତାଙ୍କ ଏକାଦଶର ଓପନର ଭାବେ ବାଛିଛନ୍ତି। ରୋହିତ ଆଇପିଏଲରେ ୫୦୦୦ ରନ ପୂରଣ କରି ସାରିଥିବାବେଳେ ଗେଲ୍‌ଙ୍କ ନାମରେ ସର୍ବାଧିକ ଛକା ରେକର୍ଡ ରହିଛି। ୩ ନମ୍ବର ସ୍ଥାନ ପାଇଁ ଗାଭାସ୍କର ସନ୍‌ରାଇଜର୍ସ ହାଇଦ୍ରାବାଦର ରନ୍‌ ମେସିନ ଡେଭିଡ ଓ୍ବାର୍ନରଙ୍କୁ ମନୋନୀତ କରିଛନ୍ତି। ଆଇପିଏଲ ଇତିହାସରେ ସର୍ବାଧିକ ରନ ସଂଗ୍ରହକାରୀ ବିରାଟ କୋହଲିଙ୍କୁ ୪ ନମ୍ବର ସ୍ଥାନ ମିଳିଛି। କୋହଲିଙ୍କ ବନ୍ଧୁ ତଥା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟିମ୍‌ ମେଟ୍‌ ଏବି ଡି’ଭିଲର୍ସଙ୍କୁ ୫ ନମ୍ବରରେ ରଖା ଯାଇଥିବାବେଳେ ଆଇପିଏଲ ଇତିହାସରେ ଦ୍ୱିତୀୟ ସର୍ବାଧିକ ରନ ସଂଗ୍ରହକାରୀ ସୁରେଶ ରାଇନା ୬ଷ୍ଠ ସ୍ଥାନରେ ରହିଛନ୍ତି। ୩ ଥର ଆଇପିଏଲ ବିଜେତା ଅଧିନାୟକ ଧୋନୀ ୭ମ ଏବଂ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ୮ମ ସ୍ଥାନ ପାଇଛନ୍ତି। ବୋଲିଂ ବିଭାଗରେ ଗାଭାସ୍କର କୋଲକାତା ନାଇଟ ରାଇଡର୍ସ ଅଫ୍‌ ସ୍ପିନର ସୁନୀଲ ନାରିନ ଏବଂ ଭାରତର ଦୁଇ ପେସର ଭୁବନେଶ୍ୱର କୁମାର ଓ ଯଶପ୍ରୀତ ବୁମ୍‌ରାଙ୍କୁ ସ୍ଥାନ ଦେଇଛନ୍ତି। ଶ୍ରୀଲଙ୍କାର ଲସିଥ ମାଲିଙ୍ଗାଙ୍କୁ ସେ ଦ୍ୱାଦଶ ଖେଳାଳିରେ ରଖିଛନ୍ତି। ଅନେକ ଖେଳାଳିଙ୍କୁ ଛାଡ଼ି ଯାଇଥିବାରୁ କ୍ଷମା ମାଗିଛନ୍ତି ଏହି ଲିଟିଲ ମାଷ୍ଟର।
ଗାଭାସ୍କରଙ୍କ ସର୍ବକାଳୀନ ଆଇପିଏଲ ଏକାଦଶ: ରୋହିତ ଶର୍ମା, କ୍ରିସ୍‌ ଗେଲ୍‌, ଡେଭିଡ ଓ୍ବାର୍ନର, ବିରାଟ କୋହଲି, ଏବି ଡି’ଭିଲର୍ସ, ସୁରେଶ ରାଇନା, ମହେନ୍ଦ୍ର ସିଂ ଧୋନୀ (ଅଧିନାୟକ/ଉଇକେଟ କିପର), ରବୀନ୍ଦ୍ର ଜାଡେଜା, ସୁନୀଲ ନାରିନ, ଭୁବନେଶ୍ୱର କୁମାର ଓ ଯଶପ୍ରୀତ୍‌ ବୁମ୍‌ରା। ଦ୍ୱାଦଶ ଖେଳାଳି: ଲସିଥ ମାଲିଙ୍ଗା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…

ରିଙ୍କୁଙ୍କୁ ମିଳିଲା ସରକାରୀ ଚାକିରି, ଏତେ ପାଇବେ ଦରମା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କୁ ସରକାରୀ ଚାକିରି ମିଳିଛି। ରିଙ୍କୁଙ୍କ ପାଇଁ ଏକାସାଙ୍ଗରେ ଦୁଇଟି ବଡ଼ ଖବର ଆସିଛି। କାରଣ ସେ ନିକଟରେ କୋଲକାତା ନାଇଟ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri