ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ ଜାତୀୟ ପେନସନ ଯୋଜନାରେ ଗତ ୩ ମାସ ହେଲା ଭତ୍ତା ଅର୍ଥରାଶି ମିଳୁନାହିିଁ। ଏପରିକି ଦୀର୍ଘ ୨ ବର୍ଷ ଧରି ଅନଲାଇନ ଜରିଆରେ ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀମାନଙ୍କ ନୂତନ ଭତ୍ତା ଅନୁମୋଦନ କରାଯାଇନାହିିଁ। ଫଳରେ ଏହାର ପ୍ରତିବାଦରେ ସରପଞ୍ଚ ସଂଘର ଗଞ୍ଜାମ ଜିଲା ସଭାପତି ତଥା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ଗତ ୨ ତାରିଖ ଠାରୁ ଧାରଣାରେ ବସିଛନ୍ତି । ତାଙ୍କ ଧାରଣା ସୋମବାର ସପ୍ତମ ଦିନରେ ପହଞ୍ଚିଛି। ସୋମବାର ମଧ୍ୟାହ୍ନରେ ଗଞ୍ଜାମ ଜିଲା ସାନଖେମୁଣ୍ଡି , କବିସୂର୍ଯ୍ୟନଗର , ହିଞ୍ଜିଳିକାଟୁ ବ୍ଲକ ଅଧୀନ ଅନେକ ପଞ୍ଚାୟତର ସରପଞ୍ଚ , ସମିତି ସଭ୍ୟ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ଧାରଣାସ୍ଥଳରେ ପହଞ୍ଚି ସରପଞ୍ଚ ମନୋରଞ୍ଜନଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇବା ସହ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି ଦେଇଥିଲେ । ସମସ୍ତ ହିତାଧିକାରୀଙ୍କୁ ଯଥାଶୀଘ୍ର ସେମାନଙ୍କ ଭତ୍ତା ଟଙ୍କା ପ୍ରଦାନ କରାଯାଉ ବୋଲି ସେମାନେ ଦାବି କରି ଉଦ୍‌ବୋଧନ ଦେଇଥିଲେ । ଆଗାମୀ ଦିନରେ ସରକାର ଯଦି ଏନେଇ କୌଣସି ପଦକ୍ଷେପ ଗ୍ରହଣ ନ କରନ୍ତି , ତେବେ ଗଞ୍ଜାମ ଜିଲା ସରପଞ୍ଚ ସଂଘ ପକ୍ଷରୁ ଜନ ଆନ୍ଦୋଳନ କରାଯିବାକୁ ଦୃଢ଼ ଚେତାବନୀ ଦେଇଛନ୍ତି । ଧାରଣାସ୍ଥଳରେ ସରପଞ୍ଚ ରବିନ୍ଦ୍ରନାଥ ପଲାଇ , ମିନତୀ କୁମାରୀ ଦାସ , ଅମୀୟ କୁମାର ମାହୁନ୍ତ , ସୁଜତା ପଣ୍ଡା ,ବର୍ଷା ସେଠୀ , ମିନତୀ ସେଠୀ , କାହ୍ନୁଚରଣ ରାଉତ , କୃଷ୍ଣଚନ୍ଦ୍ର ଭାଉଲ , ସୁବାଷ ଗୌଡ , ବିଜୟ ବେହେରା , ଅନୀଲ ପରିଡ଼ା , ସୁରଜ ଭାଉଲଙ୍କ ସମେତ ସରପଞ୍ଚ ପ୍ରତିନିଧି ପିଣ୍ଟୁ ସେଠୀ ପ୍ରମୁଖ ବହୁସଂଖ୍ୟକ ଜନପ୍ରତିନିଧି ଉପସ୍ଥିତ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?