Posted inଫୁରସତ

ଚର୍ଚ୍ଚାରେ ସମଲିଙ୍ଗୀଙ୍କ ଫଟୋଶୁଟ୍‌ 

ନୂଆଦିଲ୍ଲୀ: ନିକଟରେ ସୋସିଆଲ ମିଡିଆରେ ଏକ ସମଲିଙ୍ଗୀ କପୁଲଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି। ଫଟୋରେ ଦୁହେଁ ବିବାହ ଫଟୋଶୁଟ୍‌ କରୁଥିବା ନଜରକୁ ଆସିଛନ୍ତି। ରିପୋର୍ଟ ମୁତାବକ, ଉଭୟ ଫାତିମା ନୁରା ଏବଂ ଅଦିଲା ନସ୍‌ରିନ୍‌ କେରଳର ବାସିନ୍ଦା। ଅଦିଲା ଯୁକ୍ତ ୨ ପଢିବା ସମୟରେ ଫାତମାଙ୍କୁ ପସନ୍ଦ କରିବା ଆରମ୍ଭ କରିଥିଲେ। ସେତେବେଳେ ଦୁହେଁ ସାଉଦି ଆରବରେ ପଢୁଥିଲେ। ପରେ ଉଭୟ ଭାରତ ଆସି ତାଙ୍କ ଡିଗ୍ରୀ ପାଠପଢା ଶେଷ କରିଥିଲେ। କରୋନା ମହାମାରୀ ଯୋଗୁ ଫାତିମା ପରିବାର ସହ ସାଉଦି ଆରବ ପଳାଇଯାଇଥିଲେ। ସେଠାରେ ଘର ଲୋକଙ୍କୁ ତାଙ୍କ ପ୍ରେମ କାହାଣୀ ବିଷୟରେ ଜଣା ପଡିଥିଲା। ଦୁହିଁଙ୍କ ପରିବାରରେ ସେମାନଙ୍କ ପ୍ରେମ ସମ୍ପର୍କକୁ ଗ୍ରହଣ ନ କରିବାରୁ ସେମାନେ ଶାରୀରିକ ଓ ମାନସିକ ଭାବରେ ଅତ୍ୟାଚିରାତ ହେଉଥିଲେ। ତାଙ୍କ ଘର ଲୋକ ସେମାନଙ୍କ ବିବାହ ପାଇଁ ପୁଅ ଖୋଜିବା ଆରମ୍ଭ କରିଦେଇଥିଲେ। ତେବେ ସେମାନଙ୍କ ପାଠପଢା ସରିବା ବେଳକୁ ଉଭୟଙ୍କୁ ଚେନ୍ନାଇରେ ଚାକିରି ମିଳିଯାଇଥିଲା। ସେମାନେ ସେଠାରେ ଏକାଠି ରହିବାକୁ ନିଷ୍ପତ୍ତି ନେଇଥିଲେ, ହେଲେ ତାଙ୍କ ପରିବାର ଲୋକଙ୍କୁ ଏହା ପସନ୍ଦ ନ ଥିଲା। ଦୁହେଁ ଚଳିତ ବର୍ଷ ମେ ୧୯ରେ ଘର ଛାଡି ଅନ୍ୟ ଏକ ଜାଗାରେ ଆଶ୍ରୟ ନେଇଥିଲେ। କିନ୍ତୁ ଦୁହିଁଙ୍କ ପରିବାର ଲୋକେ ସେମାନଙ୍କୁ ପୁଣି ଘରକୁ ଆଣିଥିଲେ। ପରେ ଅଦିଲା ତାଙ୍କ ହକ୍‌ ପାଇଁ କେରଳ କୋର୍ଟରେ ପହଞ୍ଚିବା ପରେ ମେ’ ୩୧ରେ ତାଙ୍କୁ ଏକାଠି ରହିବାକୁ କୋର୍ଟରୁ ଅନୁମତି ମିଳିଥିଲା। ଏବେ ଦୁହେଁ ଚେନ୍ନାଇର ଆଇଟି କମ୍ପାନୀରେ କାମ କରିବା ସହ ଏକାଠି ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri