ସମଲିଙ୍ଗୀଙ୍କ ରେଡିଓ ଶୋ ବନ୍ଦ…

ହଂକଂ,୩୦।୭ : ସମଲିଙ୍ଗୀ ସମ୍ପ୍ରଦାୟର ଅଧିକାର ଏବଂ ସମାନତାକୁ ପ୍ରୋତ୍ସାହିତ କରିବା ପାଇଁ ଗତ ୧୭ ବର୍ଷ ଧରି ହଂକଂରେ ଚାଲିଥିବା ଏକ ରେଡିଓ ଶୋ ରବିବାର ଦିନ ବନ୍ଦ ରହିବ। ଷ୍ଟେଶନ ମ୍ୟାନେଜମେଣ୍ଟ କହିଛି ଏହି କାର୍ଯ୍ୟକ୍ରମରେ କିଛି ପରିବର୍ତ୍ତନ କରାଯାଉଛି, ତେଣୁ ଶୋ ବନ୍ଦ ରହିଛି।

ଶୋ’ର ନାମ ହେଉଛି ‘ଆମେ ପରିବାର’(ଓ୍ବି ଆର ଫ୍ୟାମେିଲି) । ୩୦ ଜୁନ ୨୦୨୦୨ରେ ଚାଇନା ହଂକଂ ଉପରେ ଏକ ଜାତୀୟ ସୁରକ୍ଷା ଆଇନ ଲାଗୁ କଲା, ଯାହା ପରେ ଦେଶ ପରିବର୍ତ୍ତନ ସମୟ ଦେଇ ଗତି କରୁଛି। ରେଡିଓ ଶୋ ବନ୍ଦ କରିବାକୁ ଏହି ନିଷ୍ପତ୍ତିକୁ ଦେଶର ଅନେକ ସାମାଜିକ ସଂସ୍କାରକ ତଥା ନାଗରିକ ବିରୋଧ କରିଛନ୍ତି।

ଏହି କାର୍ଯ୍ୟକ୍ରମର ସହ-ହୋଷ୍ଟ ବ୍ରାଏନ ଲେଙ୍ଗ କହିଛନ୍ତି ହଂକଂ ରାଷ୍ଟ୍ରାୟତ୍ତ ରେଡିଓ ଟେଲିଭିଜନରେ ପ୍ରସାରିତ ଶୋ ବନ୍ଦ ହେବାର ଖବର ସେ ଜାଣିଛନ୍ତି। ସେ ଏଥିପାଇଁ ମାନସିକ ସ୍ତରରେ ପ୍ରସ୍ତୁତ ଥିଲେ। କିନ୍ତୁ, ଚଳିତ ମାସ ଆରମ୍ଭରେ ଷ୍ଟେଶନ ମ୍ୟାନେଜମେଣ୍ଟ ସହିତ ଏକ ବୈଠକରେ ତାଙ୍କୁ ଶୋ ବନ୍ଦ ପାଇଁ କୌଣସି ସନ୍ତୋଷଜନକ ସ୍ପଷ୍ଟୀକରଣ ଦିଆଯାଇ ନ ଥିଲା।

ଅନ୍ତିମ ଶୋ’ର ଏକ ଘଣ୍ଟା ପୂର୍ବରୁ ଏକ ସାକ୍ଷାତକାରରେ ଲେଙ୍ଗ ନ୍ୟୁଜ ଏଜେନ୍ସିକୁ କହିଛନ୍ତି, ହଂକଂ ରାଷ୍ଟ୍ରାୟତ୍ତ ରେଡିଓ ଟେଲିଭିଜନ ପରି ଏକ ପାରମ୍ପାରିକ ପ୍ଲାଟଫର୍ମ ପାଇଁ, ପ୍ରୋଗ୍ରାମଟି ଏକ ଟାଇଗ୍ରୋପ ଚାଲିବା ଭଳି ଥିଲା। ଶୋ ସମଲିଙ୍ଗୀ ଅଧିକାର ପାଇଁ ଦାବି କରେ। ଏହି ଶୋ ପ୍ରତ୍ୟେକ ରବିବାର ମଧ୍ୟରାତ୍ରିରେ ଦୁଇ ଘଣ୍ଟା ପାଇଁ ପ୍ରସାରିତ ହେଉଥିଲା । ଏହି ଶୋ’କୁ ଦେଶର ଅନେକ ଲୋକ ପସନ୍ଦ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri