ନନ୍ଦନକାନନରେ ସନ୍ତାନ ପ୍ରସବ କଲା ଗୟଳ, ୭ରେ ପହଞ୍ଚିଲା ସଂଖ୍ୟା

ବାରଙ୍ଗ,୧୦ା୭(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍‌କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍‌ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ ନନ୍ଦନକାନନରେ ଜନ୍ମଗ୍ରହଣ କରିଥିଲେ। ନଭେମ୍ବର ୨୦୨୪ରେ ଏମାନଙ୍କ ମିଳନ ହୋଇଥିଲା। ଏହି ନବଜାତକର ଜନ୍ମପରେ ଚିଡ଼ିଆଖାନାରେ ମୋଟ୍‌ ଗୟଳସଂଖ୍ୟା ୭ରେ ପହଞ୍ଚିଛି। ସେଥିମଧ୍ୟରୁ ୩ ପୁରୁଷ, ୩ ମାଈ ଏବଂ ୧ ଛୁଆ ଥିବାର ଜଣାପଡ଼ିଛି। ଗାଈ ପ୍ରଜାତି ମଧ୍ୟରେ ଗୟଳ ହେଉଛି ସର୍ବବୃହତ । ଏହାର ମାଂସପେଶୀର ଗଠନ, ଉତ୍ତଳ କପାଳଧାର ଏବଂ ଗୋଡ଼ରେ ହାଲୁକା ରଙ୍ଗ ଯୋଗୁ ସେ ଗୟଳ ଭାବେ ବେଶ୍‌ ପରିଚିତ। ଜଙ୍ଗଲ ପରିସଂସ୍ଥାକୁ ବଜାୟ ରଖିବାରେ ତୃଣଭୋଜି ପ୍ରାଣୀ ଗୟଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ନୂଆଦିଲ୍ଲୀ କେନ୍ଦ୍ରୀୟ ଚିଡ଼ିଆଖାନା ପ୍ରାଧିକରଣର ସଂରକ୍ଷଣ ପ୍ରଜନନ କାର୍ଯ୍ୟକ୍ରମ ଅଧୀନରେ ମୈସୁରର ଶ୍ରୀଚାମରାଜେନ୍ଦ୍ର ପ୍ରାଣୀଉଦ୍ୟାନ, ଚେନ୍ନାଇର ଆରିଗନାର ଆନ୍ନା ପ୍ରାଣୀଉଦ୍ୟାନ ଏବଂ ଗୋଆର ବୋଣ୍ଡଲା ଚିଡ଼ିଆଖାନା ତରଫରୁ ଏମାନଙ୍କ ସଫଳ ପ୍ରଜଜନ ଓ ସଂରକ୍ଷଣ ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri