ନନ୍ଦନକାନନରେ ସନ୍ତାନ ପ୍ରସବ କଲା ଗୟଳ, ୭ରେ ପହଞ୍ଚିଲା ସଂଖ୍ୟା

ବାରଙ୍ଗ,୧୦ା୭(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍‌କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍‌ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ ନନ୍ଦନକାନନରେ ଜନ୍ମଗ୍ରହଣ କରିଥିଲେ। ନଭେମ୍ବର ୨୦୨୪ରେ ଏମାନଙ୍କ ମିଳନ ହୋଇଥିଲା। ଏହି ନବଜାତକର ଜନ୍ମପରେ ଚିଡ଼ିଆଖାନାରେ ମୋଟ୍‌ ଗୟଳସଂଖ୍ୟା ୭ରେ ପହଞ୍ଚିଛି। ସେଥିମଧ୍ୟରୁ ୩ ପୁରୁଷ, ୩ ମାଈ ଏବଂ ୧ ଛୁଆ ଥିବାର ଜଣାପଡ଼ିଛି। ଗାଈ ପ୍ରଜାତି ମଧ୍ୟରେ ଗୟଳ ହେଉଛି ସର୍ବବୃହତ । ଏହାର ମାଂସପେଶୀର ଗଠନ, ଉତ୍ତଳ କପାଳଧାର ଏବଂ ଗୋଡ଼ରେ ହାଲୁକା ରଙ୍ଗ ଯୋଗୁ ସେ ଗୟଳ ଭାବେ ବେଶ୍‌ ପରିଚିତ। ଜଙ୍ଗଲ ପରିସଂସ୍ଥାକୁ ବଜାୟ ରଖିବାରେ ତୃଣଭୋଜି ପ୍ରାଣୀ ଗୟଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ନୂଆଦିଲ୍ଲୀ କେନ୍ଦ୍ରୀୟ ଚିଡ଼ିଆଖାନା ପ୍ରାଧିକରଣର ସଂରକ୍ଷଣ ପ୍ରଜନନ କାର୍ଯ୍ୟକ୍ରମ ଅଧୀନରେ ମୈସୁରର ଶ୍ରୀଚାମରାଜେନ୍ଦ୍ର ପ୍ରାଣୀଉଦ୍ୟାନ, ଚେନ୍ନାଇର ଆରିଗନାର ଆନ୍ନା ପ୍ରାଣୀଉଦ୍ୟାନ ଏବଂ ଗୋଆର ବୋଣ୍ଡଲା ଚିଡ଼ିଆଖାନା ତରଫରୁ ଏମାନଙ୍କ ସଫଳ ପ୍ରଜଜନ ଓ ସଂରକ୍ଷଣ ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri