ଗାୟତ୍ରୀ ସରାଫ ପାଇବେ ସରଳା ଦେବୀ ସ୍ମୃତି ସମ୍ମାନ

କଟକ,୧୮ା୮(କାର୍ତ୍ତିକ ସାହୁ): ଓଡ଼ିଆ ଲେଖିକା ଗାୟତ୍ରୀ ସରାଫଙ୍କୁ ଚଳିତ ବର୍ଷର ସରଳା ଦେବୀ ସ୍ମୃତି ସମ୍ମାନ ପ୍ରଦାନ କରାଯିବ। ଏଥିସହ ପଦ୍ମଶ୍ରୀ ସାବରମତୀ ଓ ନାରୀନେତ୍ରୀ ସ୍ମୃତି ପଟ୍ଟନାୟକଙ୍କୁ ସରଳା ଦେବୀ ସେବା ସମ୍ମାନ ପ୍ରଦାନ କରାଯିବ। ସରଳା ଦେବୀ ସ୍ମୃତି ସଂସଦ ପକ୍ଷରୁ ସ୍ବାଧୀନତା ସଂଗ୍ରାମୀ ତଥା ସୁଲେଖିକା ସରଳା ଦେବୀଙ୍କ ଜୟନ୍ତୀ ପାଳନ ଅବସରରେ ଆସନ୍ତା ୧୯ ତାରିଖରେ କଟକ ସାରଳା ଭବନଠାରେ ହେବାକୁ ଥିବା ଉତ୍ସବରେ ପ୍ରତିଭାମାନଙ୍କୁ ସମ୍ମାନିତ କରାଯିବ ବୋଲି ସଂସଦର ସମ୍ପାଦକ ଲକ୍ଷ୍ମୀପ୍ରକାଶ ମହାପାତ୍ର ପ୍ରେସ୍‌ ଇସ୍ତାହାରରେ ସୂଚନା ଦେଇଛନ୍ତି।
ଗାୟତ୍ରୀ ସରାଫ ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାବରେ ଲେଖନୀ ଚାଳନା କରି ଜଣେ ପ୍ରତିଶ୍ରୁତିବଦ୍ଧ ଗାଳ୍ପିକା ଭାବରେ ସୁପରିଚିତ। ତାଙ୍କ ଲେଖନୀ ନିସୃତ ଆଲୋକିତ ଅନ୍ଧାର, ଆଇନାର ଜହ୍ନ, ପ୍ରେମିକା ପରି କେହି ଜଣେ, ଇଟାଭାଟିର ଶିଳ୍ପୀ, ପଣତକାନିରେ ଘର, କଥା ସମଗ୍ର -୧ ଆଦି ୨୪ ଖଣ୍ଡ ଉଲ୍ଲେଖନୀୟ ଗ୍ରନ୍ଥ ତାଙ୍କର କୃତିର ସ୍ବାକ୍ଷର। ସେହିପରି ପଦ୍ମଶ୍ରୀ ସାବରମତୀ ଜଣେ ସଫଳ ପରିବେଶବିତ୍‌ ଭାବେ ପରିବେଶର ସୁରକ୍ଷା ପାଇଁ କାର୍ଯ୍ୟରତ। ନାରୀନେତ୍ରୀ ସ୍ମୃତି ପଟ୍ଟନାୟକ ଜଣେ ଦକ୍ଷ ସଙ୍ଗଠିକା ଓ ରାଜନୀତିଜ୍ଞ ଭାବେ ନିଜକୁ ସଫଳ ଭାବେ ପ୍ରତିପାଦିତ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?