ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଟି୨୦ରେ ୧୦୦୦ ଛକା ମାରିବେ ଗେଲ୍‌

ନୂଆଦିଲ୍ଲୀ, ୧୦।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବ। ଏହି ଅବସରରେ ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଦର୍ଷ ଓପନର୍‌ କ୍ରିସ୍‌ ଗେଲ୍‌ଙ୍କ ନିକଟରେ ଇତିହାସ ରଚିବା ଲାଗି ସୁଯୋଗ ରହିଛି। ଟି୨୦ କ୍ରିକେଟ୍‌ ଇତିହାସରେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଗେଲ୍‌ ୧୦୦୦ ଛକା ମାରିବାର ନିକଟତର ହୋଇଛନ୍ତି। ଅନ୍ତର୍ଜାତୀୟ ସମେତ ବିଭିନ୍ନ ଟି୨୦ ଲିଗ୍‌କୁ ମିଶାଇ ଗେଲ୍‌ ବର୍ତ୍ତମାନ ସୁଦ୍ଧା ୯୭୮ ଛକା ମାରି ସାରିଛନ୍ତି। ୧୦୦୦ ଅଙ୍କ ଛୁଇଁବା ଲାଗି ସେ ଆଉ ୨୨ଟି ଛକାର ଆବଶ୍ୟକ କରୁଛନ୍ତି। ବିଶ୍ୱ ଟି୨୦ କ୍ରିକେଟ୍‌ରେ ସର୍ବାଧିକ ଛକା ମାରିବା ତାଲିକାର ୨ୟ ସ୍ଥାନରେ ଅନ୍ୟତମ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କିରନ ପୋଲାର୍ଡ ରହିଛନ୍ତି। ପୋଲାର୍ଡଙ୍କ ନାମରେ ବର୍ତ୍ତମାନ ସୁଦ୍ଧା ୬୭୨ ଛକା ଲିପିବଦ୍ଧ ରହିଛି। ସେହିଭଳି ଟି୨୦ରେ ସର୍ବାଧିକ ଚୌକା ମାରିବାର ରେକର୍ଡ ମଧ୍ୟ ଗେଲ୍‌ (୧୦୨୬)ଙ୍କ ନାମରେ ରହିଛି।
ଆଇପିଏଲ୍‌ ଇତିହାସରେ ମଧ୍ୟ ଗେଲ୍‌ଙ୍କ ନାମରେ ସର୍ବାଧିକ ଛକା ମାରିବାର ରେକର୍ଡ ମଧ୍ୟ ରହିଛି। ବର୍ତ୍ତମାନ ସୁଦ୍ଧା ଗେଲ୍‌ ଆଇପିଏଲ୍‌ରେ ୩୨୬ ଛକା ମାରି ସାରିଛନ୍ତି। ଏହି ତାଲିକାରେ ଏବି ଡି ଭିଲର୍ସ (୨୧୨) ଓ ମହେନ୍ଦ୍ର ସିଂ ଧୋନୀ (୨୦୯) ଯଥାକ୍ରମେ ୨ୟ ଓ ୩ୟ ସ୍ଥାନରେ ରହିଛନ୍ତି। ସେହିଭଳି ଟି୨୦ରେ ଗେଲ୍‌ ଶୂନରେ ଆଉଟ୍‌ ନ ହୋଇ ସର୍ବାଧିକ ୧୪୫ ଇନିଂସ ଖେଳି ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?