ଗାଜା ମୃତ୍ୟୁସଂଖ୍ୟା ୨୦ ହଜାର ଟପିଲା

ରାଫାହ,୨୩ା୧୨: ଗାଜା ଷ୍ଟ୍ରିପ୍‌ରେ ଇସ୍ରାଏଲ୍‌ର ଆକ୍ରମଣକୁ ୭୭ ଦିନ ବିତିଥିଲେ ମଧ୍ୟ ଯୁଦ୍ଧ ବନ୍ଦ ହେବାର ନାଁ ନେଉନାହିଁ। ଇତିମଧ୍ୟରେ ଇସ୍ରାଏଲୀ ସୈନ୍ୟଙ୍କ ଆକ୍ରମଣରେ ଗାଜାର ୨୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଲାଣି। ଯୁଦ୍ଧ ବନ୍ଦ ପାଇଁ ଅନ୍ତର୍ଜାତୀୟ ସ୍ତରରୁ ଚାପ ସତ୍ତ୍ୱେ ଇସ୍ରାଏଲ୍‌ ସ୍ଥଳଭାଗରେ ଆକ୍ରମଣ ବଢ଼ାଇଛି। ହଜାର ହଜାର ଲୋକଙ୍କୁ ଘର ଛାଡ଼ି ପଳାଇଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଯୁଦ୍ଧ ପୂର୍ବରୁ ଗାଜାର ଜନସଂଖ୍ୟା ଯାହା ଥିଲା, ତା’ର ୧ ପ୍ରତିଶତ ଆକ୍ରମଣରେ ପ୍ରାଣ ହରାଇଲେଣି। ଗାଜାର ପାଖାପାଖି ୮୫ ପ୍ରତିଶତ ଲୋକ ଘରଦ୍ୱାର ଛାଡ଼ି ଅନ୍ୟତ୍ର ରହିଛନ୍ତି। ଜନସଂଖ୍ୟାର ଏକ-ଚତୁର୍ଥାଂଶରୁ ଅଧିକ ଲୋକ ଭୋକରେ ରହିଥିବା ଜାତିସଂଘ ଓ ଅନ୍ୟାନ୍ୟ ସଂସ୍ଥା ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ଅକ୍ଟୋବର ୭ରେ ହମାସ୍‌ ଇସ୍ରାଏଲ୍‌ ଉପରେ ହଠାତ୍‌ ଆକ୍ରମଣ କରିବାରୁ ଏହାର ଜବାବରେ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ସରକାର ଯୁଦ୍ଧ ଘୋଷଣା କରିଥିଲେ। କ୍ରମାଗତ ଭାବେ ଆକାଶମାର୍ଗରୁ ବୋମାମାଡ଼ ଓ ସ୍ଥଳଭାଗରେ ଆକ୍ରମଣ ଯୋଗୁ ଗାଜା ଏକପ୍ରକାର ଧ୍ୱଂସସ୍ତୂପରେ ପରିଣତ ହେଲାଣି। ବହୁସଂଖ୍ୟାରେ ନିରୀହ ଲୋକଙ୍କ ଜୀବନ ଯାଉଛି। ଅସ୍ତ୍ରବିରତି ପାଇଁ ଚାଲିଥିବା ଉଚ୍ଚସ୍ତରୀୟ ଆଲୋଚନା ଫଳପ୍ରଦ ହୋଇପାରି ନାହିଁ। ତୁରନ୍ତ ଅସ୍ତ୍ରବିରତି ପାଇଁ ଜାତିସଂଘରେ ଅଣାଯାଇଥିବା ପ୍ରସ୍ତାବ ଉପରେ ଆମେରିକା ଭିଟୋ ପ୍ରୟୋଗ କରିବାରୁ ତାହା କାର୍ଯ୍ୟକାରୀ ହୋଇପାରି ନ ଥିଲା। ପ୍ରସ୍ତାବରେ ସଂଶୋଧନ କରିବାକୁ ଆମେରିକା ଚାହୁଁଛି, ଯାହା ଦ୍ୱାରା ଯୁଦ୍ଧ ତୁରନ୍ତ ବନ୍ଦ ନ ହୋଇ ସର୍ତ୍ତମୂଳକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେବ। ଭୋଟ ପୂର୍ବରୁ କୂଟନୀତିଜ୍ଞମାନେ ସେମାନଙ୍କ ସରକାରଙ୍କ ସହ ପରାମର୍ଶ କରିବାକୁ କୁହାଯାଇଛି। ଯୁଦ୍ଧ ବନ୍ଦ କରିବାରେ ବିଶ୍ୱର ନିଷ୍କ୍ରିୟତାକୁ ନେଇ ଜାତିସଂଘ ମାନବୀୟ ବ୍ୟାପାର ମୁଖ୍ୟ ମାର୍ଟିନ୍‌ ଗ୍ରିଫିଥ୍ସ କ୍ଷୋଭ ପ୍ରକାଶ କରିଛନ୍ତି। ଇସ୍ରାଏଲ୍‌ ପଛରେ ଆମେରିକାର ସମର୍ଥନ ଥିବାରୁ ଏହାର ଅନ୍ତର୍ଜାତୀୟ ଚାପକୁ ଏଡ଼ାଇଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭॥୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ…

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri