ଗାଜାରେ ଉତ୍କଟ ଜଳସଙ୍କଟ

ଗାଜା ସିଟି,୧୮ା୧୦: ଯୁଦ୍ଧ ପ୍ରଭାବିତ ଗାଜା ଷ୍ଟ୍ରିପ୍‌ରେ ଉତ୍କଟ ଜଳାଭାବ ଦେଖାଦେଇଛି। ପାନୀୟ ଜଳ ଅଭାବରୁ ସେଠାରେ ମାନବ ସ୍ବାସ୍ଥ୍ୟକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଜଳ ସଙ୍କଟରୁ ଲୋକଙ୍କ ଜୀବନ ଯାଇପାରେ ବୋଲି ଜାତିସଂଘର ପାଲେଷ୍ଟାଇନ୍‌ ଦାୟିତ୍ୱରେ ଥିବା ଫିଲିପେ ଲାଜାରନିନି କହିଛନ୍ତି। ଯୁଦ୍ଧ ଆରମ୍ଭ ହେବା ପରେ ଇସ୍ରାଏଲ୍‌ ଗାଜାକୁ ମୁଖ୍ୟ ଜଳଯୋଗାଣ ପାଇପ୍‌ଲାଇନକୁ ବିଚ୍ଛିନ୍ନ କରିଦେଇଛି। ଏଥିସହିତ ଭୂମଧ୍ୟସାଗରରୁ ପ୍ଲାଣ୍ଟ ଯୋଗେ ବିଶୋଧିତ ହେଉଥିବା ଜଳଯୋଗାଣ ମଧ୍ୟ ବନ୍ଦ ହୋଇଯାଇଛି। ଗାଜାର ୪୭ ପ୍ରତିଶତ ଲୋକେ ଜଳ ବିନା ହାହାକାର କରୁଛନ୍ତି। ଜଳ ସମେତ ଇସ୍ରାଏଲ୍‌ ଗାଜାକୁ ବିଦ୍ୟୁତ୍‌ ଓ ଇନ୍ଧନ ଯୋଗାଣ ବନ୍ଦ କରିଦେଇଛି। ସେଠାରେ ତେଲ ଓ ବିଜୁଳି ମଧ୍ୟ ଖୁବ୍‌ କମ୍‌ ସମୟ ମଧ୍ୟରେ ଶେଷ ହେବାକୁ ଯାଉଛି। ପାନୀୟ ଜଳ ପାଇଁ ଲୋକଙ୍କୁ ଲାଇନ୍‌ରେ ଘଣ୍ଟା ଘଣ୍ଟା ଛିଡ଼ା ହେବାକୁ ପଡ଼ୁଛି। ଲୋକେ ବଞ୍ଚତ୍ବା ପାଇଁ ଲୁଣିପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ଆଗାମୀ ଦିନରେ ଜଳଯୋଗାଣ ବନ୍ଦ ରହିଲେ ଗମ୍ଭୀର ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ ବୋଲି କୁହାଯାଉଛି।
ଯୁଦ୍ଧରେ ୪,୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଲାଣି ଓ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ପାଲେଷ୍ଟିନୀୟ ଗାଜା ଦକ୍ଷିଣ ଭାଗ ଛାଡ଼ି ପଳାଇଗଲେଣି। ଇସ୍ରାଏଲ୍‌ ବୋମାମାଡ଼ରେ ଗାଜା ଷ୍ଟ୍ରିପ୍‌ର ଅଧିକାଂଶ ଅଞ୍ଚଳ ଧ୍ୱଂସ ସ୍ତୂପରେ ପରିଣତ ହୋଇଛି। ଗାଜାର ୫୦,୦୦୦ରୁ ଊର୍ଦ୍ଧ୍ୱ ଗର୍ଭବତୀ ମହିଳା ଓ ଯୁଦ୍ଧ ଆହତମାନଙ୍କୁ ଔଷଧ ଓ ଡାକ୍ତରୀ ସେବା ମିଳୁ ନ ଥିବାରୁ ଜାତିସଂଘ ଉଦ୍‌ବେଗ ପ୍ରକାଶ କରିଛି। ଯୁଦ୍ଧରେ ଆହତମାନଙ୍କୁ ଚିକିତ୍ସା ସୁବିଧା ନ ମିଳିବା ଯୁଦ୍ଧ ଆଇନ ଏବଂ ଅନ୍ତର୍ଜାତୀୟ ମାନବୀୟ ଆଇନର ଉଲ୍ଲଂଘନ ବୋଲି ଜାତିସଂଘ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri