ଇସ୍ରାଏଲ୍‌ ଆକ୍ରମଣରେ ଗାଜା ଟାଓ୍ବାର ଧ୍ୱଂସ

ଗାଜା ସିଟି, ୧୬।୫: ଗାଜା ସିଟିର ଦୁଇଟି ସ୍ଥାନରେ ଶନିବାର ଇସ୍ରାଏଲ୍‌ ବିମାନ ଆକ୍ରମଣ କରିଛି। ଏଥିରେ ଏକ ସୁଉଚ୍ଚ ଟାଓ୍ବାର ଧ୍ୱଂସ ହୋଇଯାଇଛି। ଉକ୍ତ ୧୨ ମହଲା ଅଟ୍ଟାଳିକାରେ ଆସୋସିଏଟେଡ୍‌ ପ୍ରେସ୍‌ ଏବଂ ଅଲ୍‌ ଜଜିରାର କାର୍ଯ୍ୟାଳୟ ସମେତ ଅନ୍ୟ ଅଫିସ୍‌ ଏବଂ ରେସିଡେନ୍ସିଆଲ ଆପାର୍ଟମେଣ୍ଟ ରହିଥିଲା। ଟାଓ୍ବାରଟି ସମ୍ପୂର୍ଣ୍ଣ ଧୂଳିସାତ୍‌ ହୋଇଯାଇଛି। ତେବେ ଆକ୍ରମଣ ପୂର୍ବରୁ ଇସ୍ରାଏଲ୍‌ ସୈନ୍ୟବାହିନୀ ଏ ସମ୍ପର୍କରେ ଆଗୁଆ ସୂଚନା ଦେଇଥିବାରୁ ଟାଓ୍ବାରରୁ ଗଣମାଧ୍ୟମର ସମସ୍ତ କର୍ମଚାରୀ ଓ ଅନ୍ୟମାନଙ୍କୁ ବାହାର କରିଦିଆଯାଇଥିଲା। ସେହିପରି ଘନ ଜନବସତି ଥିବା ଶରଣାର୍ଥୀ ଶିବିର ଉପରେ ହୋଇଥିବା ବିମାନ ଆକ୍ରମଣରେ ୧୦ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଶିଶୁ। କିଛିଦିନ ହେଲା ହମାସ୍‌ ଆତଙ୍କବାଦୀ ସଂଗଠନ ଓ ଇସ୍ରାଏଲ୍‌ ମଧ୍ୟରେ ସଂଘର୍ଷ ଲାଗି ରହିଛି। ଜେରୁଜେଲମ୍‌ରେ ଏହି ହିଂସା ଆରମ୍ଭ ହୋଇ ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଗତ ସୋମବାର ରାତିରୁ ହମାସ ଇସ୍ରାଏଲ୍‌ ଉପରେ ଶତାଧିକ ରକେଟ ମାଡ଼ କରିବା ପରେ ଇସ୍ରାଏଲ୍‌ ଜବାବୀ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଗାଜାରେ ବର୍ତ୍ତମାନ ସୁଦ୍ଧା ଅନୂ୍ୟନ ୧୩୯ ଜଣଙ୍କ ମୃତ୍ୟୁ ହେଲାଣି। ସେମାନଙ୍କ ମଧ୍ୟରେ ୩୯ ଶିଶୁ ଓ ୨୨ ମହିଳା ରହିଛନ୍ତି। ସେହିପରି ଇସ୍ରାଏଲ୍‌ରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri