ସୋଆରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୨୬।୮:ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଏଗ୍ରିକ୍‌ଲଚରାଲ ସାଇନ୍ସସେସ୍‌ (ଆଇଏଏସ୍‌)ରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ଏକ ପ୍ରଶ୍ନୋତ୍ତର ଏବଂ ପ୍ରବନ୍ଧ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଡିସନାଲ ଡିନ୍‌ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ, ଆଇଏଏସ୍‌ର ଡିନ୍‌ ପ୍ରଫେସର ବିଜୟ କୁମାର ସାହୁ, ଆଡିସନାଲ ଡିନ୍‌ ପ୍ରଫେସର ସନ୍ତୋଷ କୁମାର ରାଉତ ଏବଂ ପ୍ରଫେସର ସରୋଜ କୁମାର ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଛାତ୍ରୀଛାତ୍ରମାନଙ୍କ ବୈଷୟିକ ଜ୍ଞାନକୌଶଳ କିପରି ଭାବେ ବୃଦ୍ଧି ପାଇପାରିବ ସେ ବିଷୟରେ ବିସ୍ତୃତ ମତ ରଖିଥିଲେ। ଅନ୍ୟ ଅତିଥିମାନେ ଗାଜର ଘାସର ହାନିକାରକ, ପ୍ରଭାବ ଏବଂ ଏହାର ସମନ୍ବିତ ନିରାକରଣ ବିଷୟରେ ଆଲୋଚନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଡ. ଶୁଭପ୍ରଦ ଦାଶ, ପ୍ରଫେସର ସରୋଜ କୁମାର ମହାନ୍ତି, ପ୍ରଫେସର ବାସୁଦେବ ବେହେରା ଏବଂ ସତ୍ୟନାରାୟଣ ଶତପଥୀଙ୍କ ଲିଖିତ ପ୍ରଚାର ପତ୍ରିକାର ମଧ୍ୟ ଉନ୍ମୋଚନ କରାଯାଇଥିଲା। ପରିଶେଷରେ ଉପରୋକ୍ତ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରମାନଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରଶ୍ନୋତ୍ତର ପ୍ରତିଯୋଗିତାରେ ତେଜସ୍ବିନୀ ମଲ୍ଲିକ, ଅନ୍ବେଷା ପଣ୍ଡା ଏବଂ ସମୀକ୍ଷା ପରିଡ଼ା ଯଥାକ୍ରମେ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ପ୍ରବନ୍ଧ ପ୍ରତିଯୋଗିତାରେ ଅତୁଲ୍ୟ ଅରୁଣ ସେଠୀ, ତ୍ରୟମ୍ବକ ପଟ୍ଟନାୟକ ଏବଂ ଜୟଦୀପ ପଣ୍ଡା ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରି ଅତିଥିଙ୍କଠାରୁ ମାନପତ୍ର ସହ ପୁରସ୍କାର ଗ୍ରହଣ କରିଥିଲେ। ପ୍ରଶ୍ନୋତ୍ତର ଏବଂ ପ୍ରବନ୍ଧ ପ୍ରତିଯୋଗିତାକୁ ଡ. ସ୍ତୁତି ଦେବପ୍ରିୟା ବେହେରା, ଡ. ଜଗଦୀଶ ଜେନା, ଡ. ବିଷ୍ଣୁପ୍ରିୟା ପାତ୍ର, ଡ. ମନତୋଷ ଦାସ ବୈରାଗ୍ୟ, ଜିତେନ୍ଦ୍ର କୁମାର ନାୟକ, କୁମାର ସମ୍ଭବ ଗିରି, ଶ୍ୱେତା ରଥ ଏବଂ ଶୁଭମ ଆଚାର୍ଯ୍ୟ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପ୍ରଫେସର ବାସୁଦେବ ବେହେରା, ପ୍ରଫେସର ବିଜୟ କୁମାର ମିଶ୍ର ଏବଂ ଅନ୍ୟାନ୍ୟ ଅଧ୍ୟାପକମାନେ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ପ୍ରଫେସର ସରୋଜ କୁମାର ମହାନ୍ତି ସଂଯୋଜକ ଏବଂ ଡ. ଶୁଭପ୍ରଦ ଦାଶ ସହ-ସଂଯୋଜକ ହିସାବରେ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ପରିଶେଷରେ ପ୍ରଫେସର ସନ୍ତୋଷ କୁମାର ରାଉତ ଧନ୍ୟବାଦ ଜ୍ଞାପନ କରି ସଭା ସାଙ୍ଗ କରିଥିଲେ। ଭାରତୀୟ ତୃଣକ ବିଜ୍ଞାନ ସମାଜ (ଇଣ୍ଡିଆନ ସୋସାଇଟି ଅଫ୍‌ ଉଇଡ ସାଇନ୍‌ସେସ୍‌) ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଏଗ୍ରିକ୍‌ଲଚରାଲ ସାଇନ୍‌ସେସ୍‌ର ମିଳିତ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri