ସୋଆରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୨୬।୮:ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଏଗ୍ରିକ୍‌ଲଚରାଲ ସାଇନ୍ସସେସ୍‌ (ଆଇଏଏସ୍‌)ରେ ଗାଜରଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ଏକ ପ୍ରଶ୍ନୋତ୍ତର ଏବଂ ପ୍ରବନ୍ଧ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଡିସନାଲ ଡିନ୍‌ (ରିସର୍ଚ୍ଚ) ପ୍ରଫେସର ପ୍ରିୟବ୍ରତ ପଟ୍ଟନାୟକ, ଆଇଏଏସ୍‌ର ଡିନ୍‌ ପ୍ରଫେସର ବିଜୟ କୁମାର ସାହୁ, ଆଡିସନାଲ ଡିନ୍‌ ପ୍ରଫେସର ସନ୍ତୋଷ କୁମାର ରାଉତ ଏବଂ ପ୍ରଫେସର ସରୋଜ କୁମାର ମହାନ୍ତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଛାତ୍ରୀଛାତ୍ରମାନଙ୍କ ବୈଷୟିକ ଜ୍ଞାନକୌଶଳ କିପରି ଭାବେ ବୃଦ୍ଧି ପାଇପାରିବ ସେ ବିଷୟରେ ବିସ୍ତୃତ ମତ ରଖିଥିଲେ। ଅନ୍ୟ ଅତିଥିମାନେ ଗାଜର ଘାସର ହାନିକାରକ, ପ୍ରଭାବ ଏବଂ ଏହାର ସମନ୍ବିତ ନିରାକରଣ ବିଷୟରେ ଆଲୋଚନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଡ. ଶୁଭପ୍ରଦ ଦାଶ, ପ୍ରଫେସର ସରୋଜ କୁମାର ମହାନ୍ତି, ପ୍ରଫେସର ବାସୁଦେବ ବେହେରା ଏବଂ ସତ୍ୟନାରାୟଣ ଶତପଥୀଙ୍କ ଲିଖିତ ପ୍ରଚାର ପତ୍ରିକାର ମଧ୍ୟ ଉନ୍ମୋଚନ କରାଯାଇଥିଲା। ପରିଶେଷରେ ଉପରୋକ୍ତ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରମାନଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରଶ୍ନୋତ୍ତର ପ୍ରତିଯୋଗିତାରେ ତେଜସ୍ବିନୀ ମଲ୍ଲିକ, ଅନ୍ବେଷା ପଣ୍ଡା ଏବଂ ସମୀକ୍ଷା ପରିଡ଼ା ଯଥାକ୍ରମେ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ପ୍ରବନ୍ଧ ପ୍ରତିଯୋଗିତାରେ ଅତୁଲ୍ୟ ଅରୁଣ ସେଠୀ, ତ୍ରୟମ୍ବକ ପଟ୍ଟନାୟକ ଏବଂ ଜୟଦୀପ ପଣ୍ଡା ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରି ଅତିଥିଙ୍କଠାରୁ ମାନପତ୍ର ସହ ପୁରସ୍କାର ଗ୍ରହଣ କରିଥିଲେ। ପ୍ରଶ୍ନୋତ୍ତର ଏବଂ ପ୍ରବନ୍ଧ ପ୍ରତିଯୋଗିତାକୁ ଡ. ସ୍ତୁତି ଦେବପ୍ରିୟା ବେହେରା, ଡ. ଜଗଦୀଶ ଜେନା, ଡ. ବିଷ୍ଣୁପ୍ରିୟା ପାତ୍ର, ଡ. ମନତୋଷ ଦାସ ବୈରାଗ୍ୟ, ଜିତେନ୍ଦ୍ର କୁମାର ନାୟକ, କୁମାର ସମ୍ଭବ ଗିରି, ଶ୍ୱେତା ରଥ ଏବଂ ଶୁଭମ ଆଚାର୍ଯ୍ୟ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପ୍ରଫେସର ବାସୁଦେବ ବେହେରା, ପ୍ରଫେସର ବିଜୟ କୁମାର ମିଶ୍ର ଏବଂ ଅନ୍ୟାନ୍ୟ ଅଧ୍ୟାପକମାନେ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ପ୍ରଫେସର ସରୋଜ କୁମାର ମହାନ୍ତି ସଂଯୋଜକ ଏବଂ ଡ. ଶୁଭପ୍ରଦ ଦାଶ ସହ-ସଂଯୋଜକ ହିସାବରେ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ପରିଶେଷରେ ପ୍ରଫେସର ସନ୍ତୋଷ କୁମାର ରାଉତ ଧନ୍ୟବାଦ ଜ୍ଞାପନ କରି ସଭା ସାଙ୍ଗ କରିଥିଲେ। ଭାରତୀୟ ତୃଣକ ବିଜ୍ଞାନ ସମାଜ (ଇଣ୍ଡିଆନ ସୋସାଇଟି ଅଫ୍‌ ଉଇଡ ସାଇନ୍‌ସେସ୍‌) ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଏଗ୍ରିକ୍‌ଲଚରାଲ ସାଇନ୍‌ସେସ୍‌ର ମିଳିତ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?