Posted inଜାତୀୟ

ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ଗେଜେଟ୍‌ ବିଜ୍ଞପ୍ତି

ଭୁବନେଶ୍ୱର,୧୧।୪: ଲୋକ ସଭା ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇବ। ଲୋକ ସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୯୪ ସଂସଦୀୟ କ୍ଷେତ୍ର ପାଇଁ ଶୁକ୍ରବାର ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବେ।

ତୃତୀୟ ପର୍ଯ୍ୟାୟରେ ନାମାଙ୍କନ ପତ୍ର ଶୁକ୍ରବାର(ତା-୧୨,୦୪,୨୦୨୪) ଠାରୁ ଦାଖଲ ହେବ। ପୃଥକ ଭାବରେ, ୨୯-ବେତୁଲ (ଏସଟି) ର ସ୍ଥଗିତ ପୋଲ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଠାରେ ବହୁଜନ ସମାଜବାଦୀ ପାର୍ଟିର ପ୍ରାଥୀଙ୍କ ନିଧନ ପରେ ନିର୍ବାଚନ ସ୍ଥଗିତ ରଖାଯାଇଛି।

ତୃତୀୟ ପର୍ଯ୍ୟାୟରେ ସାମିଲ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ହେଉଛି – ଆସାମ, ବିହାର, ଛତିଶଗଡ, ଦାଦ୍ରା ଏବଂ ନଗର ହାଭେଲି ଏବଂ ଡାମନ୍ ଏବଂ ଡିୟୁ, ଗୋଆ, ଗୁଜରାଟ, ଜମ୍ମୁ କଶ୍ମୀର, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri