Posted inଜାତୀୟ

କରୋନା ଭଳି ଭୟଙ୍କର ହେଲାଣି GBS! ମହାରାଷ୍ଟ୍ରରେ ଆଉ ୨ ମୃତ

ନୂଆଦିଲ୍ଲୀ,୩୧।୧: GBS ଅର୍ଥାତ ଗୁଇଲେନ ବାରେ ସିଣ୍ଡ୍ରୋମର ଆତଙ୍କ ଏବେ ବୃଦ୍ଧି ପାଇବାରେ ଲାଗିଛି। ଜିବିଏସ୍‌ ଭାଇରସ ଏବେ କରୋନା ପରି ଏକ ମହାମାରୀ ପାଲଟିଛି ବୋଲି କୁହାଯାଉଛି। ମହାରାଷ୍ଟ୍ରରେ କେବଳ ନୂଆ ସଂକ୍ରମିତ ମିଳୁନାହିଁ, ବରଂ ଏହା ଯୋଗୁଁ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ହଁ, ଶୁକ୍ରବାର ମହାରାଷ୍ଟ୍ରରେ ଜିବିଏସ୍‌ ଭାଇରସ ଯୋଗୁଁ ଆଉ ଦୁଇଜଣଙ୍କର ମୃତ୍ୟୁ ଘଟିଛି।
ମହାରାଷ୍ଟ୍ରର ପିମ୍ପରି ଚିଞ୍ଚୱାଡରେ ଗୁଇଲେନ ବାରେ ସିଣ୍ଡ୍ରୋମ ଜଣେ ରୋଗୀଙ୍କ ଜୀବନ ନେଇଛି। ସେହିପରି, ପୁଣେରେ ମଧ୍ୟ ଏହି ଭାଇରସ ଯୋଗୁଁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି। ପିମ୍ପରିର ମୃତକଙ୍କ ବୟସ ୩୬ ବର୍ଷ ଥିଲା। ଏହିପରି, ମହାରାଷ୍ଟ୍ରରେ ଏହି ଜିବିଏସ୍‌ ଭାଇରସ ଯୋଗୁଁ ଏପର୍ଯ୍ୟନ୍ତ ଚାରି ଜଣଙ୍କର ମୃତ୍ୟୁ ହୋଇସାରିଛି। ପୁଣେରେ ସର୍ବାଧିକ ସଂଖ୍ୟକ ଜିବିଏସ୍‌ ଭାଇରସ ମାମଲା ରହିଛି। ବର୍ତ୍ତମାନ ସୁଦ୍ଧା ପୁଣେରେ ୧୩୦ ଜଣ ଜିବିଏସ୍‌ ଭାଇରସ ରୋଗୀ ଅଛନ୍ତି।
ଏହାର ଗୋଟିଏ ଦିନ ପୂର୍ବରୁ, ଗୁରୁବାର ପୁଣେରେ ହିଁ ଜଣେ ମହିଳା ଏହି ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିଲେ। ଗୁରୁବାର ଏହି ଭାଇରସ ଯୋଗୁଁ ଦ୍ୱିତୀୟ ମୃତ୍ୟୁ ଘଟିଥିଲା। ଭାଇରସ ଯୋଗୁଁ ପ୍ରଥମ ମୃତ୍ୟୁ ଜଣେ ପୁରୁଷଙ୍କର ହୋଇଥିଲା। ସୂଚନାଯୋଗ୍ୟ, ଜିବିଏସ୍‌ର ପୂରା ନାମ Guillain-Barre Syndrome ଅଟେ। ଏହି ଭାଇରସ ପୁଣେରେ ଆତଙ୍କ ସୃଷ୍ଟି କରିଛି। ଏହାର ତାଣ୍ଡବ କ୍ରମାଗତ ଭାବରେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…

ଛାତ୍ରୀଙ୍କ ପ୍ରତି ଅନୁପଯୁକ୍ତ ଆଚରଣ ଅଭିଯୋଗରେ ଡିୟୁ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ନୂଆଦିଲ୍ଲୀ,୧୨।୧୧: ଦିଲ୍ଲୀ ବିଶ୍ୱବିଦ୍ୟାଳୟ (DU) ଅଧୀନସ୍ଥ ସତ୍ୟବତୀ କଲେଜର ଜଣେ ପ୍ରଫେସରଙ୍କ ବିରୁଦ୍ଧରେ ଜଣେ ଛାତ୍ରୀଙ୍କ ପ୍ରତି ଅନୁଚିତ ଆଚରଣ କରିଥିବା ନେଇ ଅଭିଯୋଗ ଆସିବା ପରେ,…

‘ଏକ୍ସ’ (X) ୟୁଜର୍ସଙ୍କ ଅନୁରୋଧ ପୂରଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ସାମ ପିତ୍ରୋଡାଙ୍କ ମଧ୍ୟରେ ସୋସିଆଲ ମିଡିଆରେ ହୋଇଥିବା ଆଦାନପ୍ରଦାନ ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି।…

‘ସମାହିତା ସେଣ୍ଟର ଉଦ୍‌ଘାଟିତ୍‌, ଉପକୃତ ହେବେ ଦିବ୍ୟାଙ୍ଗ, ଗ୍ରାମବାସୀ

କୋରାପୁଟ,୧୨।୧୧(ଅମିତାଭ ବେହେରା): କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମୁଲିପୁଟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ‘ସମାହିତା’ ପ୍ରକଳ୍ପ ଅଧୀନରେ ରିସୋର୍ସ ସେଣ୍ଟର ଉଦ୍‌ଘାଟିତ ହୋଇଯାଇଛି। ୟୁରୋପୀୟ ୟୁନିୟନ ସହଯୋଗରେ…

୧୬ଟି ଛକା, ୩୦୩ ରନ… ଅଣ୍ଡର-୧୯ ଏସିଆ କପରେ ରନର ପାହାଡ଼ ଠିଆ କଲେ ଜୁନିୟର ସେହୱାଗ

ନୂଆଦିଲ୍ଲୀ,୧୨।୧୧: ଗୁରୁବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ୮ ୱିକେଟରେ ପରାସ୍ତ କରି, ଭାରତ ୨୦୨୬ ଅଣ୍ଡର-୧୯ ଏସିଆ କପର ଟାଇଟଲ ଜିତିବା ଠାରୁ ମାତ୍ର ଗୋଟିଏ…

ପରାଶର ଜନଜାତି ଭେଷଜ ଉଦ୍ଭିଦ ଉଦ୍ୟାନ ଉଦ୍‌ଘାଟିତ: ୩୦୦ରୁ ଅଧିକ ଔଷଧୀୟ ଉଦ୍ଭିଦ ସ୍ଥାନ ପାଇଲା

କୋରାପୁଟ/ସୁନାବେଡ଼ା,୧୨।୧୧(ଅମିତାଭ ବେହେରା/କୃତିବାସ ପ୍ରଧାନ): ଜନଜାତିଙ୍କ ପାରମ୍ପରିକ ଚିକିତ୍ସା ଜ୍ଞାନର ସଂରକ୍ଷଣ ଓ ଜୀବିକାର ବିକାଶ ଲକ୍ଷ୍ୟରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ଏକ ପ୍ରକଳ୍ପ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?