Posted inଖେଳ

କ୍ରିକେଟ ପ୍ରଶଂସକଙ୍କୁ ଜୋରଦାର୍‌ ଝଟକା: ବିନା ଦର୍ଶକରେ ଖେଳାଯିବ ଇଂଲଣ୍ଡ ବିପକ୍ଷ ବାକି ଟି୨୦ ମ୍ୟାଚ୍‌

ନୂଆଦିଲ୍ଲୀ,୧୬।୩: ଇତିମଧ୍ୟରେ ଭାରତ-ଇଂଲଣ୍ଡ ମଧ୍ୟରେ ଜାରି ରହିଥିବା ଟି୨୦ ସିରିଜର ପ୍ରଥମ ୨ ମୁକାବିଲା ଶେଷ ହୋଇଛି। ଏହି ମ୍ୟାଚ୍‌ ଦେଖିବାକୁ ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବହୁଳ ମାତ୍ରାରେ ଦର୍ଶକ ପହଞ୍ଚିଥିଲେ। କରୋନା ସଂକ୍ରମଣ ମଧ୍ୟରେ ପ୍ରଥମ ଥର ପାଇଁ କୌଣସି ଭାରତୀୟ ମଇଦାନରେ ଏତେ ସଂଖ୍ୟକ ଦର୍ଶକ ପହଞ୍ଚି ମ୍ୟାଚ୍‌ ଉପଭୋଗ କରିଥିଲେ। ହେଲେ ଏହି ଖୁସି ଉପରେ ପୁଣିଥରେ କରୋନା ରୋକ ଲଗାଇଛି। ବାକି ଥିବା ୩ ଅନ୍ତଃରାଷ୍ଟ୍ରୀୟ ଟି୨୦ ମ୍ୟାଚ୍‌ ବିନା ଦର୍ଶକରେ ହେବ ବୋଲି ନିଷ୍ପତ୍ତି ନିଆଯାଇଛି।

ପ୍ରକାଶ ଯେ, ଇଂଲଣ୍ଡ ବିପକ୍ଷ ଏହି ସିରିଜ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ପୂର୍ବରୁ ଏଠାରେ ଟେଷ୍ଟ ସିରିଜର ଶେଷ ୨ ମୁକାବିଲା ଖେଳାଯାଇଥିଲା। ଏବେ ଗୁଜରାଟ କ୍ରିକେଟ ସଂଘ(ଜିସିଏ) ପକ୍ଷରୁ ଟି୨୦ ସିରିଜର ବାକି ମ୍ୟାଚ୍‌ଗୁଡ଼ିକ ଦର୍ଶକଙ୍କ ବିନା ଖେଳାଯିବ ବୋଲି କୁହାଯାଇଛି। ଜିସିଏ ଉପାଧ୍ୟକ୍ଷ ଧନରାଜ ନଥଓ୍ବାନୀ କହିଛନ୍ତି, ୧୬,୧୮ ଏବଂ ୨୦ ମାର୍ଚ୍ଚରେ ହେବାକୁ ଥିବା ମ୍ୟାଚ୍‌ ପାଇଁ ଟିକେଟ କିଣିଥିବା ଦର୍ଶକଙ୍କୁ ଟଙ୍କା ଫେରସ୍ତ କରିଦିଆଯିବ। ଅହମ୍ମଦାବାଦରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି। ତେବେ ଏହି ଖବର କ୍ରିକେଟ ପ୍ରଶଂସକଙ୍କୁ ନିରାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri