୭% ହାରରେ ହେବ ଜିଡିପି ଅଭିବୃଦ୍ଧି

ନୂଆଦିଲ୍ଲୀ,୪।୯ (ଅନୁରାଧା ମହାରଣା): ଅର୍ଥନୈତିକ କ୍ଷେତ୍ରରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବିଶ୍ୱବ୍ୟାଙ୍କ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଆକଳନକୁ ବୃଦ୍ଧିକରିଛି। ବିଶ୍ୱବ୍ୟାଙ୍କ ପୂର୍ବରୁ ଭାରତର ଅର୍ଥନୀତି ୬.୬ ପ୍ରତିଶତ ହାରରେ ବୃଦ୍ଧିପାଇବ ବୋଲି ଆକଳନ କରିଥିଲା। ତେବେ ବର୍ତ୍ତମାନ ବିଶ୍ୱବ୍ୟାଙ୍କ ଏହାର ଆକଳନକୁ ବଦଳାଇଛି ଏବଂ ଭାରତୀୟ ଅର୍ଥନୀତି ୭ ପ୍ରତିଶତ ହାରରେ ବୃଦ୍ଧିପାଇବ ବୋଲି ଆକଳନ କରିଛି। ଗତ ସପ୍ତାହରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଏପ୍ରିଲ-ଜୁନ୍‌ ତ୍ରୈମାସରେ ଭାରତର ଆର୍ଥିକ ଅଭିବୃଦ୍ଧି ୬.୭ ପ୍ରତିଶତକୁ ହ୍ରାସ ପାଇଛି। ବିଶ୍ୱବ୍ୟାଙ୍କ କହିଛି, କୃଷିକ୍ଷେତ୍ରରେ ଉନ୍ନତି ଏବଂ ଗ୍ରାମାଞ୍ଚଳର ଚାହିଦା ବୃଦ୍ଧି ଭାରତର ଅର୍ଥନୀତିକୁ ସମର୍ଥନ କରିବ। ମଙ୍ଗଳବାର ବିଶ୍ୱବ୍ୟାଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ, ବିଶ୍ୱସ୍ତରରେ ଆହ୍ବାନପୂର୍ଣ୍ଣ ପରିବେଶ ସତ୍ତ୍ୱେ ଭାରତୀୟ ଅର୍ଥନୀତିରେ ଅଭିବୃଦ୍ଧି ଦୃଢ଼ତା ପରିଲକ୍ଷିତ ହେଉଛି। କୃଷିକ୍ଷେତ୍ରରେ ଉନ୍ନତି ଦ୍ୱାରା ଶିଳ୍ପରେ ସାମାନ୍ୟ ମନ୍ଥରତା ଆଂଶିକ ଭାବେ ବନ୍ଦ ହୋଇଯିବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି ଯେ ସେବା କ୍ଷେତ୍ର ସୁଦୃଢ଼ ରହିବ ଏବଂ କୃଷି କ୍ଷେତ୍ରରେ ଆଶା କରାଯାଉଥିବା ଉନ୍ନତି ହେତୁ ଗ୍ରାମାଞ୍ଚଳର ଘରୋଇ ବ୍ୟବହାରରେ ଉନ୍ନତି ହେବ। ଏପ୍ରିଲ-ଜୁନ୍‌ ତ୍ରୈମାସିକ ପାଇଁ ଭାରତର ଅର୍ଥନୀତି ମନ୍ଥର ହୋଇଥିବାବେଳେ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ଦ୍ୱାରା ଗତ ସପ୍ତାହରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଚଳିତ ଆର୍ଥିକ ବର୍ଷର ଏପ୍ରିଲ-ଜୁନ୍‌ ତ୍ରୈମାସରେ ଭାରତର ଜିଡିପି ଅଭିବୃଦ୍ଧି ୬.୭%ରେ ବୃଦ୍ଧି ପାଇଛି। ଲୋକ ସଭା ନିର୍ବାଚନ ସମୟରେ ସରକାରୀ ଖର୍ଚ୍ଚ ହ୍ରାସ ଏବଂ ବ୍ୟବହାର ବନ୍ଦ ହେବା ଦ୍ୱାରା ଜିଡିପି ଅଭିବୃଦ୍ଧି ହ୍ରାସ ହୋଇଥିବା କୁହାଯାଉଛି। ତେବେ ଜୁନ୍‌ ତ୍ରୈମାସିକ ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ଆର୍‌ବିଆଇ ଜିଡିପି ଅଭିବୃଦ୍ଧି ୭.୧% ବୋଲି ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri