ଜିଡିପି ଅଭିବୃଦ୍ଧି ୭%ରେ ରହିବ

ନୂଆଦିଲ୍ଲୀ,୭ା୧: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ମଧ୍ୟରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି)ର ପୂର୍ବାନୁମାନ କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷ ପାଇଁ ଭାରତର ଜିଡିପି ଅଭିବୃଦ୍ଧି ହାର ୭% ମଧ୍ୟରେ ରହିବ ବୋଲି କେନ୍ଦ୍ର ସରକାର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ଦେଶର ଜିଡିପି ଅଭିବୃଦ୍ଧି ହାର ୭% ରହିବା ନେଇ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ)ପକ୍ଷରୁ ଆକଳନ କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୧-୨୨ ଆର୍ଥକ ବର୍ଷରେ ଦେଶର ଅଭିବୃଦ୍ଧି ହାର ୮.୭% ରହିଥିଲା। ସେହିଭଳି ଏନ୍‌ଏସ୍‌ଓ ମଧ୍ୟ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଜାତୀୟ ଆୟର ପ୍ରଥମ ଅଗ୍ରିମ ଆକଳନ (ଏଫ୍‌ଏଇ) ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଅପରପକ୍ଷରେ ଗତ ମାସରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜାରି ପୂର୍ବାନୁମାନରେ ଅଭିବୃଦ୍ଧି ହାରକୁ ମଧ୍ୟ ୬.୮%କୁ ହ୍ରାସ କରାଯାଇଥିଲା। ଫଳରେ ଦେଶର ଜିଡିପି ଅଭିବୃଦ୍ଧିର ହାର ହ୍ରାସ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏପରିକି ୨୦୨୩ ଫେବୃୟାରୀ ପହିଲାରେ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ ପୂର୍ବରୁ ଏହି ପରିସଂଖ୍ୟାନ ଦେଶ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ସୂଚନାଯୋଗ୍ୟ, ୨୦୨୨ ମାର୍ଚ୍ଚ ୩୧ରେ ଶେଷ ହୋଇଥିବା ୨୦୨୧-୨୨ ଆର୍ଥିକ ବର୍ଷରେ ଭାରତର ଜିଡିପି ୮.୭% ହାରରେ ଥିଲା। ଏହି ଦୃଷ୍ଟିରୁ ଆର୍ଥିକ ବର୍ଷ ୨୦୨୨-୨୩ ରେ ଜିଡିପି ଅଭିବୃଦ୍ଧି ବଢ଼ିବା ବଦଳରେ କମିବା ଆଶଙ୍କ ନେଇ ବିଭିନ୍ନ ସଂସ୍ଥା ଭିନ୍ନ ଅନୁମାନ କରିଥିବା ଜଣାପଡ଼ିଛି। ଗତ ମାସରେ ରିଜର୍ଭ ବ୍ୟାଙ୍କ ଭୂ-ରାଜନୀତି ଏବଂ ବୈଶ୍ୱିକ ଆର୍ଥିକ ପରିସ୍ଥିତି ପାଇଁ ଚଳିତ ଆର୍ଥିକ ବର୍ଷ ପାଇଁ ଦେଶର ଜିଡିପି ବୃଦ୍ଧି ଅନୁମାନକୁ ୭% କମାଇ ୬.୮%ରେ ଆକଳନ କରିଥିଲା। ସେହିଭଳି କେନ୍ଦ୍ରୀୟ ବ୍ୟାଙ୍କ ୨୦୨୨-୨୩ ବର୍ଷ ପାଇଁ ବାସ୍ତବିକ ଜିଡିପି ଅଭିବୃଦ୍ଧି ୬.୯%ରେ ରଖିବା ଥିବାବେଳେ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସରେ ୪.୪% ଏବଂ ୪ର୍ଥ ତ୍ରୈମାସରେ ୪.୨% ଅଭିବୃଦ୍ଧି ରହିବା ନେଇ ପୂର୍ବ ଅନୁମାନ କରିଥିଲା। ସେହିପରି ୨୦୨୨ ଏପ୍ରିଲରେ ଆର୍‌ବିଆଇ ଦେଶର ଜିଡିପି ଅଭିବୃଦ୍ଧିର ଅନୁମାନ ୭.୮%ରୁ ହ୍ରାସ କରି ୭.୨% କରିଥିଲା। ପରେ ସେପ୍ଟେମ୍ବରରେ ଏହାକୁ ହ୍ରାସ କରି ୭% କରିଥିଲା। ଏହା ପୂର୍ବରୁ ଆଇଏମ୍‌ଏଫ୍‌ ୨୦୨୨ ଜୁଲାଇରେ ଦେଶର ଜିଡିପି ଅନୁମାନ ୭.୪% ରୁ ହ୍ରାସ କରି ୬.୮% କରିଥିଲା। ତେବେ ବିଶ୍ୱବ୍ୟାଙ୍କ ନିଜର ଜିଡିପି ପୂର୍ବ ଅନୁମାନ ୬.୫% କୁ ବଢ଼ାଇ ୬.୯% କରିଥିଲା। ସେହିପରି ଏଡିବି ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ଭାରତର ବିକାଶ ପୂର୍ବାନୁମାନକୁ ୭% ରେ ଅପରିବର୍ତ୍ତିତ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri