ଜିଡିପି ଅଭିବୃଦ୍ଧି ୭%ରେ ରହିବ

ନୂଆଦିଲ୍ଲୀ,୭ା୧: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ମଧ୍ୟରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି)ର ପୂର୍ବାନୁମାନ କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷ ପାଇଁ ଭାରତର ଜିଡିପି ଅଭିବୃଦ୍ଧି ହାର ୭% ମଧ୍ୟରେ ରହିବ ବୋଲି କେନ୍ଦ୍ର ସରକାର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ଦେଶର ଜିଡିପି ଅଭିବୃଦ୍ଧି ହାର ୭% ରହିବା ନେଇ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ)ପକ୍ଷରୁ ଆକଳନ କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୧-୨୨ ଆର୍ଥକ ବର୍ଷରେ ଦେଶର ଅଭିବୃଦ୍ଧି ହାର ୮.୭% ରହିଥିଲା। ସେହିଭଳି ଏନ୍‌ଏସ୍‌ଓ ମଧ୍ୟ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଜାତୀୟ ଆୟର ପ୍ରଥମ ଅଗ୍ରିମ ଆକଳନ (ଏଫ୍‌ଏଇ) ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଅପରପକ୍ଷରେ ଗତ ମାସରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜାରି ପୂର୍ବାନୁମାନରେ ଅଭିବୃଦ୍ଧି ହାରକୁ ମଧ୍ୟ ୬.୮%କୁ ହ୍ରାସ କରାଯାଇଥିଲା। ଫଳରେ ଦେଶର ଜିଡିପି ଅଭିବୃଦ୍ଧିର ହାର ହ୍ରାସ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏପରିକି ୨୦୨୩ ଫେବୃୟାରୀ ପହିଲାରେ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ ପୂର୍ବରୁ ଏହି ପରିସଂଖ୍ୟାନ ଦେଶ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ସୂଚନାଯୋଗ୍ୟ, ୨୦୨୨ ମାର୍ଚ୍ଚ ୩୧ରେ ଶେଷ ହୋଇଥିବା ୨୦୨୧-୨୨ ଆର୍ଥିକ ବର୍ଷରେ ଭାରତର ଜିଡିପି ୮.୭% ହାରରେ ଥିଲା। ଏହି ଦୃଷ୍ଟିରୁ ଆର୍ଥିକ ବର୍ଷ ୨୦୨୨-୨୩ ରେ ଜିଡିପି ଅଭିବୃଦ୍ଧି ବଢ଼ିବା ବଦଳରେ କମିବା ଆଶଙ୍କ ନେଇ ବିଭିନ୍ନ ସଂସ୍ଥା ଭିନ୍ନ ଅନୁମାନ କରିଥିବା ଜଣାପଡ଼ିଛି। ଗତ ମାସରେ ରିଜର୍ଭ ବ୍ୟାଙ୍କ ଭୂ-ରାଜନୀତି ଏବଂ ବୈଶ୍ୱିକ ଆର୍ଥିକ ପରିସ୍ଥିତି ପାଇଁ ଚଳିତ ଆର୍ଥିକ ବର୍ଷ ପାଇଁ ଦେଶର ଜିଡିପି ବୃଦ୍ଧି ଅନୁମାନକୁ ୭% କମାଇ ୬.୮%ରେ ଆକଳନ କରିଥିଲା। ସେହିଭଳି କେନ୍ଦ୍ରୀୟ ବ୍ୟାଙ୍କ ୨୦୨୨-୨୩ ବର୍ଷ ପାଇଁ ବାସ୍ତବିକ ଜିଡିପି ଅଭିବୃଦ୍ଧି ୬.୯%ରେ ରଖିବା ଥିବାବେଳେ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସରେ ୪.୪% ଏବଂ ୪ର୍ଥ ତ୍ରୈମାସରେ ୪.୨% ଅଭିବୃଦ୍ଧି ରହିବା ନେଇ ପୂର୍ବ ଅନୁମାନ କରିଥିଲା। ସେହିପରି ୨୦୨୨ ଏପ୍ରିଲରେ ଆର୍‌ବିଆଇ ଦେଶର ଜିଡିପି ଅଭିବୃଦ୍ଧିର ଅନୁମାନ ୭.୮%ରୁ ହ୍ରାସ କରି ୭.୨% କରିଥିଲା। ପରେ ସେପ୍ଟେମ୍ବରରେ ଏହାକୁ ହ୍ରାସ କରି ୭% କରିଥିଲା। ଏହା ପୂର୍ବରୁ ଆଇଏମ୍‌ଏଫ୍‌ ୨୦୨୨ ଜୁଲାଇରେ ଦେଶର ଜିଡିପି ଅନୁମାନ ୭.୪% ରୁ ହ୍ରାସ କରି ୬.୮% କରିଥିଲା। ତେବେ ବିଶ୍ୱବ୍ୟାଙ୍କ ନିଜର ଜିଡିପି ପୂର୍ବ ଅନୁମାନ ୬.୫% କୁ ବଢ଼ାଇ ୬.୯% କରିଥିଲା। ସେହିପରି ଏଡିବି ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ଭାରତର ବିକାଶ ପୂର୍ବାନୁମାନକୁ ୭% ରେ ଅପରିବର୍ତ୍ତିତ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri