ଜିଡିପିକୁ ଲାଗିପାରେ ୨୦ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୭।୯ : ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଦେଶର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ୪ ଦଶନ୍ଧିର ସର୍ବନିମ୍ନ ସ୍ତର -୨୩.୯% ଖସିଛି। ଲକ୍‌ଡାଉନ ଋଣନୀତି ଠିକ୍‌ ନ ହେବା ଯୋଗୁ ଏହାର ପରିଣାମ ଅର୍ଥ ବ୍ୟବସ୍ଥାକୁ ଭୋଗିବାକୁ ପଡିଥିବା ଦେଶର ପୂର୍ବତନ ଅର୍ଥ ସଚିବ ସୁଭାଷ ଚନ୍ଦ୍ର ଗର୍ଗ ରବିବାର କହିଛନ୍ତି। ବର୍ତ୍ତମାନ ବଜାର ଗଭୀର ଭାବେ ପ୍ରଭାବିତ ଥିବାରୁ ଚଳିତ ଆର୍ଥତ୍କ ବର୍ଷରେ ଜିଡିପିକୁ ୨୦ ଲକ୍ଷ କୋଟି ଟଙ୍କାର ଝଟକା ଲାଗିବା ନେଇ ସେ ଆଶଙ୍କା ପ୍ରକଟ କରିଛନ୍ତି। ଲକ୍‌ଡାଉନ କରୋନା ସଂକ୍ରମଣକୁ କମାଇବାରେ ଦିଗରେ ଯୋଗଦାନ ରଖିଛି। ମାତ୍ର ଏଥି ଯୋଗୁ ଅର୍ଥ ବ୍ୟବସ୍ଥା କେଇ ଗୁଣା ଅଧିକ କ୍ଷତି ସହିଛି। ଚଳିତ ଆର୍ଥତ୍କ ବର୍ଷ ଚତୁର୍ଥ ତ୍ରୈମାସ ଯାଏ ମଧ୍ୟ ଅର୍ଥ ବ୍ୟବସ୍ଥା ଟ୍ରାକକୁ ଫେରି ପାରିବ ନାହିଁ। ସେହି ସମୟ ପର୍ଯ୍ୟନ୍ତ ଦେଶର ଜିଡିପିକୁ ୧୦ରୁ ୧୧% ବା ପ୍ରାୟ ୨୦ ଲକ୍ଷ କୋଟି ଟଙ୍କା କ୍ଷତି ସହିବାକୁ ପଡିବ ବୋଲି ସେ ମତ ପ୍ରକାଶ କରିଛନ୍ତି।
ସେ ପୁଣି କହିଛନ୍ତି ଯେ, ସରକାର ଆତ୍ମନିର୍ଭର ଭାରତ ପ୍ୟାକେଜରେ ସୁଧାର ଆଣିବାର ଆବଶ୍ୟକତା ରହିଛି। ଏହାର ଲାଭ ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଯେଭଳି ଉଠାଇ ପାରିବେ ତାକୁ ଧ୍ୟାନରେ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ସେହିଭଳି ନିଯୁକ୍ତି ହରାଇଥିବା ଶ୍ରମିକଙ୍କୁ ସହାୟତା ଯୋଗାଇ ଦେବା ଲାଗି ସେ ସରକାରଙ୍କୁ ନିବେଦନ କରିଛନ୍ତି। ଦେଶର ବିଭିନ୍ନ ଢାଞ୍ଚାଗତ କ୍ଷେତ୍ରଗୁଡିକରେ ନିବେଶ ବଢାଇବା ଉପରେ କାମ କରିବା ଉପରେ ସରକାର ଫୋକସ କରିବାକୁ ସେ ମତ ରଖିଛନ୍ତି। ଏସ୍‌ଏସ୍‌ଏମ୍‌ଇଗୁଡିକୁ ସିଧାସଳଖ ସହାୟତା ଦେଲେ ଏହା ନିଯୁକ୍ତି ସୃଷ୍ଟିରେ ସହାୟକ ହେବ ବୋଲି ସେ କହିଛନ୍ତି। ସୂଚନା ଯୋଗ୍ୟ, ଦେଶର ଜିଡିପି କରୋନା ଯୋଗୁ ବିଗିଡିଯାଇଛି। ଗତ ଆର୍ଥତ୍କ ବର୍ଷରେ ଦେଶର ଜିଡିପି ୪.୫% ସ୍ତରରେ ରହିଥିଲା। ଚଳିତ ଆର୍ଥତ୍କ ବର୍ଷ ଜିଡିପି ଋଣାତ୍ମକ ହେବ ବୋଲି କୁହାଯାଇଛି। କାରଣ ବଜାରରେ ଚାହିଦା ନ ଥିବା ଯୋଗୁ ଏହା ନିବେଶ ଏବଂ ନିଯୁକ୍ତି ଉପରେ ପଡିଛି। ଜି-୨୦ ଦେଶଗୁଡିକ ମଧ୍ୟରେ ଭାରତର ଜିଡିପି ହ୍ରାସ ସବୁଠାରୁ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri