ଜିଡିପି କ୍ଷତି ଭରଣା ପାଇଁ ଲାଗିପାରେ ବର୍ଷେ

ନୂଆଦିଲ୍ଲୀ,୨୪।୧୦: ଚଳିତ ଆର୍ଥତ୍କ ବର୍ଷରେ ଜିଡିପି ୨ ଅଙ୍କ ବିଶିଷ୍ଟ ହ୍ରାସ ହେବା ନେଇ ବିଶ୍ୱର ପ୍ରମୁଖ ଏଜେନ୍ସିଗୁଡ଼ିକ ଆକଳନ କରିଛନ୍ତି। ୧୦ରୁ ୧୪% ଜିଡିପି ହ୍ରାସ ହେବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଭାରତର ଜିଡିପି ୨୩.୯% ହ୍ରାସ ହୋଇଛି। କରୋନାଜନିତ ଲାଗୁ ହୋଇଥିବା ଲକ୍‌ଡାଉନ ଯୋଗୁ ଅର୍ଥ ବ୍ୟବସ୍ଥାକୁ ଜୋର୍‌ଦାର ଝଟକା ଲାଗିଛି। ଆସନ୍ତା ବର୍ଷ ଜିଡିପି ପୁଣି ଥରେ ଟ୍ରାକ୍‌କୁ ଆସିବ ବୋଲି କୁହାଯାଇଛି। ଭାରତୀୟ ଅର୍ଥ ବ୍ୟବସ୍ଥା ଯେଉଁଭଳି ଭାବେ କ୍ଷତି ସହିଛି ତା’ର ଭରଣା ଲାଗି ଗୋଟିଏ ବର୍ଷ ଲାଗିପାରେ ବୋଲି ରିଜର୍ଭ ବ୍ୟାଙ୍କ ମୁଦ୍ରାନୀତି କମିଟି ସଦସ୍ୟ ମାଇକେଲ ପାତ୍ର କହିଛନ୍ତି।
ସେ କହିଛନ୍ତି, କରୋନା ପରେ ସାରା ବିଶ୍ୱ ଏବଂ ଅର୍ଥ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭିନ୍ନ ହେବ। ସାମାଜିକ ଏବଂ ବାଣିଜି୍ୟକ ବ୍ୟବହାରରେ ବିଶେଷ ପରିବର୍ତ୍ତନ ଆସିବ। ମୋଟାମୋଟି ଭାବେ କହିବାକୁ ଗଲେ ଅର୍ଥ ବ୍ୟବସ୍ଥାରେ ସୁଧାର ଆସିବ। ସେହିଭଳି ଢାଞ୍ଚାଗତ ପରିବର୍ତ୍ତନ ମଧ୍ୟ ଦେଖାଯିବ। ସେହିଭଳି କୋଭିଡ୍‌ ପରେ ବିକାଶର ଗତିକୁ ଅଲଗା ଭାବେ ପ୍ରସ୍ତୁତ ହେବ। ଚଳିତ ମାସ ପ୍ରାରମ୍ଭରେ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଲଗାତର ଦ୍ୱିତୀୟ ଥର ଲାଗି ରିଜର୍ଭ ବ୍ୟାଙ୍କ ଏହାର ରେପୋ (କେନ୍ଦ୍ରୀୟ ବ୍ୟାଙ୍କ ଯେଉଁ ହାରରେ ବାଣିଜି୍ୟକ ବ୍ୟାଙ୍କକୁ ସୁଧ ଦିଏ)କୁ ଅପରିବର୍ତ୍ତିତ ୪% ରଖିଛି। ସୁଧହାର ହ୍ରାସ ପାଇଁ ରିଜର୍ଭ ବ୍ୟାଙ୍କ ପ୍ରସ୍ତୁତ ହୋଇ ରହିଛି। ବଜାର ସ୍ଥିତି ବଦଳିଲେ କେନ୍ଦ୍ରୀୟ ବ୍ୟାଙ୍କ ଏ ଦିଗରେ ପଦକ୍ଷେପ ନେବ ବୋଲି ଗଭର୍ନର ଶକ୍ତିକାନ୍ତ ଦାସ ନିକଟରେ କହିଥିଲେ। କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଡର ବଜାରରେ ଲାଗି ରହିଛି। ୟୁରୋପ, ଇଣ୍ଡୋନେସିଆ ଏବଂ ଇସ୍ରାଏଲ ଭଳି ଦେଶରେ ପୁଣି ଥରେ ଲକ୍‌ଡାଉନ ଲାଗୁ କରାଯାଇଛି। ଭାରତର ମୋଟ ଜନସଂଖ୍ୟା ମଧ୍ୟରୁ ପ୍ରାୟ ଅଧା ଲୋକ ୨୦୨୧ ଫେବୃୟାରୀ ସୁଦ୍ଧା କରୋନାରେ ସଂକ୍ରମିତ ହେବା ନେଇ ଏକ କେନ୍ଦ୍ରୀୟ ଏଜେନ୍ସି ରିପୋର୍ଟ ପ୍ରକାଶ କରିଛି। ବର୍ତ୍ତମାନ ସୁଦ୍ଧା କୋଭିଡ୍‌-୧୯ର ୭୫ ଲକ୍ଷ ମାମଲା ସାମ୍ନାକୁ ଆସିଛି। କରୋନା ସଂକ୍ରମଣରେ ଭାରତ ଆମେରିକା ପରେ ଦ୍ୱିତୀୟ ସ୍ଥାନରେ ରହିଛି। ଏଭଳି ସ୍ଥିତି ଅର୍ଥ ବ୍ୟବସ୍ଥା ଲାଗି ଚିନ୍ତାଜନକ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri