ଚଳିତ ଆର୍ଥିକ ଜିଡିପି ୧୦.୩% ଖସିବ: ଗୋଲ୍ଡମ୍ୟାନ ସ୍ୟାଚ୍‌

ମୁମ୍ବାଇ: ବିଦେଶୀ ବ୍ରୋକ୍‌ରେଜ କମ୍ପାନୀ ଗୋଲ୍ଡମ୍ୟାନ ସ୍ୟାଚ୍‌ ଭାରତ ଲାଗି ପୂର୍ବରୁ କରିଥିବା ଅଭିବୃଦ୍ଧ ଆକଳନକୁ ବଦଳାଇଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତର ଅଭିବୃଦ୍ଧି ୧୦.୩% ହ୍ରାସ ହେବ ବୋଲି ଏହି ଏଜେନ୍ସି କହିଛି। ଏହି ଅବଧିରେ ଭାରତର ଜିଡିପି ୧୪.୮% ଖସିବ ବୋଲି ଏହା ପୂର୍ବରୁ କହିଥିଲା। ବର୍ତ୍ତମାନ ୨ କମ୍ପାନୀର କରୋନା ଭାକ୍‌ସିନ ସଫଳ ହେବା ନେଇ ଆଶା ବଢିଛି। ଏହି କମ୍ପାନୀଗୁଡିକ ମଧ୍ୟରେ ଫାଇଜର ଏବଂ ମଡର୍ନା ରହିଛନ୍ତି। ଭାକ୍‌ସିନ ଆସିବା ଆଶା ବଢିଥିବାରୁ ଏହା ଆର୍ଥତ୍କ ଅଭିବୃଦ୍ଧିକୁ ଫେରାଇ ଆଣିବା ଦିଗରେ ସହାୟକ ହେବ। ଜିଡିପି ୯.୫% ଖସିବ ବୋଲି ରିଜର୍ଭ ବ୍ୟାଙ୍କ ମଧ୍ୟ ଆକଳନ କରିଛି। କୋଭିଡ-୧୯କୁ ନିୟନ୍ତ୍ରଣ କରିବା ଲାଗି ସାରା ଦେଶରେ ଜାରି ହୋଇଥିବା ଲକଡାଉନ ଯୋଗୁ ଦେଶର ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଛି।
ଆର୍ଥତ୍କ ବର୍ଷ ୨୦୨୧-୨୨ରେ ଭାରତ ପୁଣି ଥରେ ଅଭିବୃଦ୍ଧି ପଥକୁ ଫେରିବ ବୋଲି ଆମେରିକା ଭିତ୍ତିକ ଏହି ଏଜେନ୍ସି ରିପୋର୍ଟରେ ଉଲ୍ଲେଖ କରିଛି। ୨୦୨୧ଠାରୁ ଆର୍ଥତ୍କ କାର୍ଯ୍ୟକଳାପ ପୁଣି ଥରେ ଟ୍ରାକକୁ ଫେରିବାର ବେଶ ସମ୍ଭାବନା ରହିଛି। ଏହି ସମୟରେ ସେବା କ୍ଷେତ୍ରରେ ମଧ୍ୟ ଉନ୍ନତି ପରିଲକ୍ଷିତ ହେବ। ବର୍ତ୍ତମାନ ଶ୍ରମ ବଜାର ପ୍ରଭାବିତ ହୋଇ ରହିଥିବା ବେଳେ ଘରୋଇ କ୍ଷେତ୍ରର ଆୟ ମଧ୍ୟ ପ୍ରଭାବିତ ଅବସ୍ଥାରେ ରହିଛି। ଋଣ ଯୋଗାଣ ସ୍ଥିତି ଚାପରେ ରହିଛି। ସେହିଭଳି ସରକାରଙ୍କ ବିତ୍ତୀୟ ନୀତିରୁ ଅର୍ଥବ୍ୟବସ୍ଥାକୁ ବିଶେଷ ଲାଭ ମିଳିପାରିନାହିଁ। ଏହି କାରଣଗୁଡିକ ଅର୍ଥ ବ୍ୟବସ୍ଥା ଟ୍ରାକକୁ ଫେରିବାରେ ସମସ୍ୟା ସୃଷ୍ଟି କରୁଛି ବୋଲି ଗୋଲ୍ଡମ୍ୟାନ ସ୍ୟାଚ୍‌ ଏହାର ରିପୋର୍ଟରେ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri