୬% ଖସିଯିବ ଜିଡିପି

ମୁମ୍ବାଇ,୨୩।୭: ଦେଶ ମଧ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିପାରୁନାହିଁ। ଏଥି ଲାଗି ରାଜ୍ୟଗୁଡିକ ସ୍ତରରେ ପୁଣି ଥରେ ଲକଡାଉନ କରିବାକୁ ପଡୁଛି। ଏଥି ଯୋଗୁ ବିଗିଡିଥିବା ବଜାର ସ୍ଥିତି ଠିକ୍‌ ହେବା ଲାଗି ଅଧିକ ସମୟ ଲାଗୁଛି। ଏଭଳି ସ୍ଥିତିରେ ମହାମାରୀର ପ୍ରଭାବ ଅତି ଗଭୀର ରହିବ ବୋଲି ସିଙ୍ଗାପୁର ଭିତ୍ତିକ ବ୍ରୋକରେଜ କମ୍ପାନୀ ଡିବିଏସ୍‌ ଏହାର ଆକଳନରେ ପ୍ରକାଶ କରିଛି। ଏହା କହିଛି ଯେ, ବଜାର ସ୍ଥିତି ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବାରୁ ଭାରତର ଅଭିବୃଦ୍ଧି ଉପରେ ଏହାର ନକରାତ୍ମକ ପ୍ରଭାବ ପଡିବ। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତର ଅଭିବୃଦ୍ଧି ୬% ହ୍ରାସ ଘଟିବା ନେଇ ଏହା ପୂର୍ବାନୁମାନ କରିଛି।
ଚଳିତ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ୪.୮% ଖସିଯିବ ବୋଲି ଏହି ଏଜେନ୍ସି ପୂର୍ବାନୁମାନରେ କହିଥିଲା। ଭଲ ଅର୍ଥନୈତିକ କାର୍ଯ୍ୟକଳାପ ରହିଥିବା ମହାରାଷ୍ଟ୍ର, ତାମିଲନାଡୁ ଏବଂ ଗୁଜରାଟ ଭଳି ରାଜ୍ୟଗୁଡିକର ୭% ଜିଲା ଦେଶର ମୋଟ ଆର୍ଥତ୍କ ଉତ୍ପାଦନରେ ପ୍ରାୟ ୩୦% ଯୋଗଦାନ ରଖିଥାନ୍ତି। ଏହି ସ୍ଥାନଗୁଡିକରେ ପ୍ରାୟ ୭୦% କରୋନା ମାମଲା ସାମ୍ନାକୁ ଆସିଛି। ଫଳରେ ବଜାର ସ୍ଥିତିକୁ ସୁଧାରିବା ଏବଂ ଅର୍ଥନୈତିକ ଅଭିବୃଦ୍ଧି ଫେରାଇ ଆଣିବା ବର୍ତ୍ତମାନ କଷ୍ଟକର ବ୍ୟାପାର ବୋଲି କୁହାଯାଇଛି।
ବର୍ତ୍ତମାନ ଭାରତରେ ପ୍ରାୟ ୧.୧୫ ନିୟୁତ ଲୋକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ୨୯ ହଜାର ଲୋକ ଏହା ଦ୍ୱାରା ମୃତ୍ୟୁ ମୁଖରେ ପଡିଛନ୍ତି। କରୋନା ସଂକ୍ରମଣରେ ଭାରତର ସ୍ଥାନ ତୃତୀୟ ରହିଛି। ଆମେରିକାରେ ୩.୯ ନିୟୁତ ଏବଂ ବ୍ରାଜିଲରେ ୨.୨ ନିୟୁତ ଲୋକ ସଂକ୍ରମଣର ଶିକାର ହୋଇଛନ୍ତି। ଏଭଳି ସ୍ଥିତିରେ ଘରୋଇ ବଜାର ଗଭୀର କ୍ଷତି ସାମ୍ନା କରିବ ବୋଲି ଡିବିଏସ୍‌ର ଅର୍ଥନୀତିଜ୍ଞ ରାଧିକା ରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri