ଗୀତା ମେହେଟ୍ଟାଙ୍କ ପରଲୋକ

ନୂଆଦିଲ୍ଲୀ,୧୭ା୯: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଶନିବାର ରାତିରେ ପରଲୋକ ହୋଇଛି। ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା।
ଗୀତା ଏକାଧାରରେ ଜଣେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଲେଖିକା, ଚଳଚ୍ଚିତ୍ର ପ୍ରଯୋଜିକା ଏବଂ ସାମ୍ବାଦିକା ଥିଲେ। ସେ ଆମେରିକାର ବିଶିଷ୍ଟ ପ୍ରକାଶକ ସୋନୀ ମେହେଟ୍ଟାଙ୍କୁ ୧୯୬୫ରେ ବିବାହ କରିଥିଲେ। ୨୦୧୯ରେ ସୋନୀଙ୍କ ପରଲୋକ ହୋଇଥିଲା। ତାଙ୍କର ଗୋଟିଏ ପୁଅ ଆଦିତ୍ୟ ସିଂ ମେହେଟ୍ଟା ଅଛନ୍ତି। ଗୀତା ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ। ଗୀତା ୧୯୪୩ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ବ୍ରିଟେନର କ୍ୟାମ୍ରିଜ୍‌ ବିଶ୍ୱବିଦ୍ୟାଳୟରୁ ଉଚ୍ଚ ଶିକ୍ଷାଲାଭ କରିଥିବା ଗୀତା ୫ଟି ପୁସ୍ତକର ରଚୟିତା। ସେଗୁଡ଼ିକ ହେଲା ‘କର୍ମ କୋଲା’, ‘ସ୍ନେକ୍‌ ଆଣ୍ଡ୍‌ ଲାଡର୍ସ’, ‘ଏ ରିଭର ସୂତ୍ର’, ‘ରାଜ୍‌’ ଏବଂ ‘ଦି ଇଣ୍ଟରନାଲ ଗଣେଶ’। ଇଂଲିଶ୍‌ରେ ଲିଖିତ ଏହି ପୁସ୍ତକଗୁଡ଼ିକ ପାଠକୀୟ ମହଲରେ ବେଶ୍‌ ଆଦୃତି ଲାଭ କରିଥିଲା। ଏହି ଉପନ୍ୟାସଗୁଡ଼ିକ ୨୧ଟି ଭାଷାରେ ଅନୁଦିତ ହୋଇ ଭାରତ ସମେତ ଆମେରିକା ଏବଂ ୟୁରୋପରେ ବେଷ୍ଟ ସେଲର ତାଲିକାରେ ସ୍ଥାନ ପାଇଥିଲା। ତାଙ୍କ ଦ୍ୱାରା ନିର୍ଦ୍ଦେଶିତ ତଥା ପ୍ରଯୋଜିତ ୧୪ଟି ଟେଲିଭିଜନ ବୃତ୍ତଚିତ୍ର ବ୍ରିଟେନ, ୟୁରୋପ ଓ ଆମେରିକାର ବିଭିନ୍ନ ଚ୍ୟାନେଲଗୁଡ଼ିକର ପ୍ରଦର୍ଶିତ ହୋଇଥିଲା। ୧୯୭୦-୭୧ରେ ସେ ଆମେରିକୀୟ ଟେଲିଭିଜନ ନେଟ୍‌ଓ୍ବର୍କ ଏନ୍‌ବିସି ପାଇଁ ଓ୍ବାର କରସ୍‌ପେଣ୍ଡେଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ସଂଯୋଜନାରେ ବାଂଲାଦେଶ ମୁକ୍ତି ସଂଗ୍ରାମ ଉପରେ ଆଧାରିତ ଚଳଚ୍ଚିତ୍ର ସଂକଳନ ଦେଶ ଏବଂ ବିଦେଶର ସିନେମା ହଲ୍‌ଗୁଡ଼ିକରେ ପ୍ରଦର୍ଶିତ ହୋଇଥିଲା। ଗୀତାଙ୍କ ପରଲୋକରେ ରାଜ୍ୟପାଳ ଗଣେଶୀ ଲାଲ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଇଂଲିଶ ଲେଖିକା ଗୀତା ମେହେଟ୍ଟାଙ୍କ ବିୟୋଗରେ ସେ ଶୋକ ସନ୍ତପ୍ତ ପରିବାର ଓ ସମ୍ପର୍କୀୟଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri