ଶାରଦା ପ୍ରସନ୍ନ ନାୟକଙ୍କ ନାମରେ ‘ଗୀତିକବିତା ପୁରସ୍କାର’: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ବିଶିଷ୍ଟ ଗୀତିକାର, ପ୍ରଯୋଜକ ତଥା ସଙ୍ଗୀତ ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିକୁ ଉଜ୍ଜୀବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ‘ଶାରଦା ପ୍ରସନ୍ନ ନାୟକ ଗୀତି କବିତା ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଗୀତିକବିତା ପାଇଁ ପ୍ରଦାନ କରାଯାଉଥିବା ପୁରସ୍କାରକୁ ଶାରଦା ପ୍ରସନ୍ନ ନାୟକଙ୍କ ନାମରେ ନାମିତ କରାଯିବ। ଏ ସମ୍ପର୍କିତ ପୁରସ୍କାର ରାଶି ୨.୫ ଲକ୍ଷକୁ ବୃଦ୍ଧି କରାଯାଇଛି। ଏତଦ୍‌ବ୍ୟତୀତ ଏହି ମହାନ୍‌ ପ୍ରତିଭାଙ୍କ ସ୍ମୃତିରେ ନିର୍ମିତ ଅଧଘଣ୍ଟିଆ ବୃତ୍ତଚିତ୍ରକୁ ଦୂରଦର୍ଶନରେ ପ୍ରସାରଣ କରାଯିବାକୁ ସ୍ଥିର କରାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ସହଯୋଗରେ ଏହାକୁ ପ୍ରସ୍ତୁତ କରାଯାଇଛି ା
ଓଡ଼ିଶା ସାରସ୍ବତ ଜଗତର ଅମଳିନ ପ୍ରତିଭା ହେଉଛନ୍ତି ଶାରଦା ପ୍ରସନ୍ନ। ଜଣେ ଗୀତିକାର, ପ୍ରଯୋଜକ, ସଙ୍ଗୀତ ନିର୍ଦ୍ଦେଶକ ଭାବେ ଓଡ଼ିଆ ସାଂସ୍କୃତିକ ଜଗତରେ ସେ ଅଲିଭା ସ୍ମୃତି ଛାଡ଼ିଯାଇଛନ୍ତି। ଏହି ମହାନ୍‌ ସ୍ରଷ୍ଟାଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରର ମିଳିତ ସହଯୋଗରେ ଶନିବାର ପୂର୍ବାହ୍ନରେ ଏକାଦଶାହ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ନିର୍ଦ୍ଦେଶକ ଓ ଅତିରିକ୍ତ ଶାସନ ସଚିବ ବିଜୟ କୁମାର ନାୟକ, ସଂଗୀତ ନାଟକ ଏକାଡେମୀର ସଭାପତି ତଥା ଅତିରିକ୍ତ ଶାସନ ସଚିବ ଡ. ରାମକୃଷ୍ଣ ସାହୁ, ଏକାଡେମୀ ସଚିବ ପ୍ରବୋଧ ରଥ, ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଡ. ସଂଗୀତା ଗୋସାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri