Posted inଜାତୀୟ

ଯୋଗୀଙ୍କୁ ଅନୁସରଣ କଲେ ଗେହଲଟ: ଶିକ୍ଷକ ନିଯୁକ୍ତି ପେପର ଲିକ୍‌ ମାମଲାର ମାଷ୍ଟରମାଇଣ୍ଡ କୋଚିଂ ସଂସ୍ଥା ଉପରେ ବୁଲଡୋଜର…

ଜୟପୁର,୯।୧ : ଜେଡିଏ କାର୍ଯ୍ୟନିର୍ବାହୀ ଦଳ ସୋମବାର ସକାଳ ସାଢ଼େ ୭ଟା ରୁ ଜୟପୁରର ଜୋନ-୫ ଅଞ୍ଚଳର ଗୋପାଳପୁର ବାଇପାସ ମୁଖ୍ୟ ରୋଡ ଗୁର୍ଜର ଥାଡିରେ ପହଞ୍ଚିଛି। ଯେଉଁଠାରେ ଶିକ୍ଷକ ନିଯୁକ୍ତି ପରୀକ୍ଷା ପେପର ଲିକ ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କ ଦ୍ୱାରା ପରିଚାଳିତ ଅଧିଗମ କୋଚିଂ ଇନଷ୍ଟିଚ୍ୟୁଟ ବିଲଡିଂ ଉପରେ ବୁଲଡୋଜରର ଚଲାଯାଇଛି।

ପୂର୍ବରୁ ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଏଭଳି କରୁଥିଲେ। ଏବେ ଯୋଗୀଙ୍କୁ ଅନୁସରଣ କରି ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଆଶୋକ ଗେହଲଟ ସରକାର ସମାନ ଧାରାରେ କାର୍ଯ୍ୟ କରିଛନ୍ତି।

ଆଇନଗତ ପ୍ରକ୍ରିୟା ଗ୍ରହଣ କରି ପ୍ରାଧିକୃତସ୍ତରରେ ଅନୁମତି ନେଇ ବେଆଇନ ବାଣିଜି୍ୟକ କୋଠାକୁ ଭାଙ୍ଗି ଦିଆଯାଇଛି। ଧାର୍ଯ୍ୟ ସମୟ ମଧ୍ୟରେ ବିଜ୍ଞପ୍ତିର ଉତ୍ତର ଦିଆଯାଇ ନ ଥିବାରୁ ଏଭଳି କରାଯାଇଥିବା ପ୍ରଶାସନ କହିଛି। ଜିଡିଏର ମୁଖ୍ୟ ନିୟନ୍ତ୍ରକ ଏନଫୋର୍ସମେଣ୍ଟ, ସମସ୍ତ ସବ-କଣ୍ଟ୍ରୋଲର୍‌, ଜୋନ -୫ ର ଡେପୁଟି କମିଶନର, ସମସ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ,ଇଞ୍ଜିନିୟରିଂ ଦଳ, ଜୟପୁର ପୋଲିସ କମିଶନର ମାନସରୋବର ଏସିପି ପ୍ରମୁଖଙ୍କ ଉପସ୍ଥିତିରେ କୋଠାକୁ ଭଙ୍ଗା ଯାଇଛି। ଶାନ୍ତି ବଜାୟ ରଖିବା ପାଇଁ ୫୦ଜଣ ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଥିଲା।

ବିଲ୍ଡିଂ ନିୟମ ଉଲ୍ଲଂଘନ, ଆବାସିକ ଜମି ଉପରେ ବେଆଇନ ବ୍ୟବସାୟିକ ନିର୍ମାଣ ଏବଂ ରାସ୍ତା ଅବରୋଧ ଅଭିଯୋଗ ଆଧାରରେ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?