Posted inଜାତୀୟ

ଜିଦ୍‌ରେ ଅଡ଼ିବସିଲେ ଗେହଲଟ୍‌

ଜୟପୁର,୨୯।୭: ରାଜସ୍ଥାନ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ମଙ୍ଗଳବାର ରାଜସ୍ଥାନର ଗେହଲଟ୍‌ ସରକାର ରାଜ୍ୟପାଳ କଲରାଜ୍‌ ମିଶ୍ରଙ୍କୁ ଏକ ପ୍ରସ୍ତାବ ଦେବା ସହ ଜୁଲାଇ ୩୧ରେ ବିଧାନସଭା ଅଧିବେଶନ ଆରମ୍ଭ କରିବା ଲାଗି ଦାବି କରିଛନ୍ତି। ତେବେ ଆସ୍ଥାଭୋଟ ଲୋଡ଼ିବା ନେଇ ଏଥିରେ କିଛି ଲେଖା ନ ଥିବା ଜଣାପଡ଼ିଛି। ପ୍ରଥମ ପ୍ରସ୍ତାବକୁ ରାଜ୍ୟପାଳ ଏଡ଼ାଇ ଯାଇଥିବାବେଳେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ ଦେଖିବାକୁ ମିଳିଥିଲା। ସୋମବାର ପୁନଃ ଚିଠାପ୍ରସ୍ତାବ ଲାଗି ସେ କହିଥିଲେ। ନୂଆ ପ୍ରସ୍ତାବରେ ଆସ୍ଥାଭୋଟ ଲାଗି ଯୋଜନା ଥିଲେ ବିଧାନସଭା ଡ଼କାଯାଇପାରିବ ବୋଲି ରାଜ୍ୟପାଳ ଉଲ୍ଲେଖ କରିଥିଲେ। ସେପଟେ ପରିବହନ ମନ୍ତ୍ରୀ ପ୍ରତାପ ସିଂ ଖଚରିୟାଓ୍ବାସ କହିଛନ୍ତି, ରାଜ୍ୟପଶଲଙ୍କ ସହ ଆମର କୌଣସି ଶତ୍ରୁତା ନାହିଁ। କେବଳ ବିଧାନସଭା ଅଧିବେଶନ ଡ଼କାଯିବା ଲାଗି ରାଜ୍ୟ ସରକାର ଚାହୁଁଛନ୍ତି। ଏଥିଲାଗି ସରକାରଙ୍କ ଅଧିକାର ରହିଛି। ମୁହାଁମୁହିଁ ହେବାକୁ ଚାହୁଁନାହୁଁ, କିନ୍ତୁ ଏଥର ସେ ସ୍ବୀକୃତି ଦେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

ଅଗଷ୍ଟରେ ୧୦ଦିନ ସ୍କୁଲ-କଲେଜ ବନ୍ଦ, ଦେଖନ୍ତୁ ପୂରା ଛୁଟିଲିଷ୍ଟ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ସ୍କୁଲ କିମ୍ବା କଲେଜରେ ପଢ଼ୁଥିବା ଜଣେ ଛାତ୍ର (କିମ୍ବା ଆପଣଙ୍କ ଘରେ ପିଲା ଅଛନ୍ତି), ତେବେ ଅଗଷ୍ଟ ମାସ ଆପଣଙ୍କ ପାଇଁ…

୨୦୩୬ ସୁଦ୍ଧା ଟଙ୍କାର କୌଣସି ମୂଲ୍ୟ ରହିବ ନାହିଁ? ଏଲୋନ ମସ୍କଙ୍କ ଭବିଷ୍ୟବାଣୀର ଅର୍ଥ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ପୁଣି ଥରେ ତାଙ୍କ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ପରାମର୍ଶ ଦେଇଛନ୍ତି ଯେ ଆଗାମୀ…

ଡାକ୍ତର ଦମ୍ପତ୍ତିଙ୍କୁ କାଙ୍ଗାଳ କରିଦେଲେ ୨ ଭଉଣୀ: ୪.୫ କୋଟି ଟଙ୍କା ନେଇ…

ଚଣ୍ଡିଗଡ଼,୨୯।୭: ପଞ୍ଜାବର ପଠାଣକୋଟ ଜିଲାରେ ବିଶ୍ୱାସଘାତକତା ଏବଂ ଠକେଇର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଡାକ୍ତର ଡକ୍ଟର ଜସପାଲ ସିଂହ ଭିଣ୍ଡର ଏବଂ ତାଙ୍କ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ହଠାତ୍‌ ସଂସଦରେ ପହଞ୍ଚିଲେ NSA ଅଜିତ ଡୋଭାଲ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୯।୭: ସଂସଦର ମୌସୁମୀ ଅଧିବେଶନ ସମୟରେ ବୁଧବାର NSA ଅଜିତ ଡୋଭାଲ ସଂସଦରେ ପହଞ୍ଚିବା ପରେ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି ହୋଇଯାଇଛି। ସେହି ସମୟରେ…

ଚିକେନ୍‌ ଖାଉଛନ୍ତି କି? ଜାଣିନିଅନ୍ତୁ…ଏହି ବିପଜ୍ଜନକ ବ୍ୟାକ୍ଟେରିଆକୁ ନେଇ ସାବଧାନ କଲେ ବୈଜ୍ଞାନିକ

ନୂଆଦିଲ୍ଲୀ, ୨୯।୭: ଚିକେନ୍‌ ହେଉଛି ପ୍ରୋଟିନର ଏକ ଉତ୍ତମ ଉତ୍ସ ଏବଂ ବିଶ୍ୱର ଏକ ବଡ଼ ଜନସଂଖ୍ୟା ଏହାକୁ ପ୍ରଚୁର ପରିମାଣରେ ଖାଇଥାନ୍ତି। କିନ୍ତୁ ନିକଟରେ ବୈଜ୍ଞାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri