Posted inଜାତୀୟ

କୋର୍ଟ ପରେ ଏବେ ରାଜଭବନରୁ ଗେହଲଟଙ୍କୁ ଝଟ୍‌କା

ଜୟପୁର,୨୪।୭: ରାଜସ୍ଥାନର ରାଜନୈତିକ ସଙ୍କଟରେ ବର୍ତ୍ତମାନ ରାଜ୍ୟପାଳ ବନାମ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଯୁଦ୍ଧ ଚାଲିଥିବା ଜଣାପଡ଼ିଛି। କାରଣ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବିଧାନସଭା ଅଧିବେଶନ ଆୟୋଜିତ କରିବାକୁ ରାଜ୍ୟପାଳଙ୍କୁ ନିବେଦନ କରିଥିଲେ। କିନ୍ତୁ ରାଜ୍ୟପାଳ ଏନେଇ କୌଣସି ନିଷ୍ପତ୍ତି ନେଇ ନ ଥିବା ସୂଚନା ରହିଛି। କୁହାଯାଉଛି ରାଜ୍ୟପାଳ କଲରାଜ ମିଶ୍ର ବର୍ତ୍ତମାନ କରୋନା ସଙ୍କଟକୁ ଅସ୍ତ୍ର କରି ଏହାକୁ ଏଡ଼ାଇବାକୁ ଚେଷ୍ଟା କରୁଛନ୍ତି। ଭାଜପା ଓ କଂଗ୍ରେସ ବିଧାୟକମାନେ ବର୍ତ୍ତମାନ କରୋନାରେ ପୀଡ଼ିତ ଅଛନ୍ତି। ଏଭଳି ସ୍ଥିତିରେ ବିଧାନସଭା ଅଧିବେଶନ ଡାକିବା ଠିକ ହେବ ନାହିଁ ବୋଲି ରାଜ୍ୟପାଳ କହିଛନ୍ତି। ତେବେ ବିଧାନସଭା ଅଧିବେଶନ ପାଇଁ ରାଜ୍ୟପାଳଙ୍କଠାରୁ ଏପର୍ଯ୍ୟନ୍ତ କୌଣସି ଅନ୍ତିମ ନିଷ୍ପତ୍ତି ଆସିନାହିଁ। ପୂର୍ବରୁ ଗେହଲଟଙ୍କ ଗୋଷ୍ଠୀକୁ ହାଇକୋର୍ଟଠାରୁ ଝଟ୍‌କା ଲାଗିଥିବା ବେଳେ ଏବେ ରାଜଭବନରୁ ମଧ୍ୟ କୌଣସି ଆଶା ଦେଖାଯାଉନାହିଁ। ଏଭଳି ସ୍ଥିତିରେ ଗେହଲଟ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଯେଉଁଥିରେ ତୁରନ୍ତ ବିଧାନସଭା ଅଧିବେଶନକୁ ଡାକିବା ଏବଂ ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ କୁହାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri