Posted inଜାତୀୟ

ଗୋଟିଏ ମଞ୍ଚରେ ଗେହଲଟ୍‌, ପାଇଲଟ

ନୂଆଦିଲ୍ଲୀ,୩୦।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ଗଦ୍ଦାର କହିବା ପରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ତେବେ ମଙ୍ଗଳବାର ଜୟପୁରରେ ଏକ ଖବରଦାତା ସମ୍ମିଳନୀରେ ଉଭୟ ନେତା ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କଂଗ୍ରେସ ରାଜସ୍ଥାନ ଶାଖାରେ ସବୁ ଠିକ୍‌ ଚାଲିଛି, ଏହା ଜଣାଇବା ପାଇଁ ଏଭଳି ଏକ ମଞ୍ଚର ଆୟୋଜନ କରାଯାଇଥିବା କୁହାଯାଉଛି। ଆମେ ଏକାଠି ଅଛୁ ବୋଲି କଂଗ୍ରେସ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ କହିଛନ୍ତି। ଉଭୟ ଗେହଲଟ୍‌ ଓ ପାଇଲଟ୍‌ ଦଳର ସମ୍ପତ୍ତି ବୋଲି ସୋମବାର ରାହୁଲ ଗାନ୍ଧୀ କହିଥିଲେ। ଡିସେମ୍ବର ୪ରେ ରାହୁଲଙ୍କ ଭାରତ ଯୋଡ଼ୋ ଯାତ୍ରା ରାଜସ୍ଥାନରେ ପ୍ରବେଶ କରିବ। ଏନେଇ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଗେହଲଟ୍‌ ଓ ବରିଷ୍ଠ ନେତା ପାଇଲଟ୍‌ ସୂଚନା ଦେଇଛନ୍ତି। ରାଜ୍ୟରେ ରାହୁଲଙ୍କୁ ଉଚ୍ଛ୍ବସିିତ ସମ୍ବର୍ଦ୍ଧନା ଦିଆଯିବ। ରାଜସ୍ଥାନରେ ଭାରତ ଯୋଡ଼ୋ ଯାତ୍ରା ୧୨ ଦିନ ଚାଲିବ ଓ ଏଥିରେ ସବୁ ବର୍ଗର ଲୋକେ ସାମିଲ ହେବେ ବୋଲି ପାଇଲଟ୍‌ କହିଛନ୍ତି। ରାହୁଲ ଗାନ୍ଧୀ ଉଭୟଙ୍କୁ ଦଳର ଦମ୍ପତ୍ତି କହିବା ପରେ କ୍ଷମତା କନ୍ଦଳ ସମ୍ପର୍କରେ କିଛି କହିବାର ନାହିଁ ବୋଲି ଗେହଲଟ୍‌ କହିଥିଲେ।
ସୂଚନାଯୋଗ୍ୟ, ଗତ ୨୪ ତାରିଖରେ ଗେହଲଟ୍‌ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ପାଇଲଟ୍‌ଙ୍କୁ ଗଦ୍ଦାର କହିଥିଲେ। ୨ ବର୍ଷ ପୂର୍ବେ ନିଜ ଦଳର ସରକାର ଭାଙ୍ଗିବାକୁ ଉଦ୍ୟମ ଚଳାଇଥିବା ପାଇଲଟ୍‌ କିପରି ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ପ୍ରଶ୍ନ କରିଥିଲେ। ଏହାକୁ ନେଇ ବିବାଦ ଦେଖାଦେବା ପରେ ରାଜସ୍ଥାନରେ ସଂଗଠନକୁ ମଜଭୁତ କରିବା ପାଇଁ ଆବଶ୍ୟକ ପଡ଼ିଲେ କଂଗ୍ରେସ କଠୋର ନିଷ୍ପତ୍ତି ନେବ ବୋଲି ବରିଷ୍ଠ ନେତା ଜୟରାମ ରମେଶ ଦୁଇଦିନ ପୂର୍ବରୁ ଗଣମାଧ୍ୟମକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri