Posted inଜାତୀୟ

ଗେହଲଟ୍‌, ପାଇଲଟ୍‌ ପୁଣି ମୁହଁ।ମୁହିଁ

ଜୟପୁର, ୩।୧୧: ଏଆଇସିସି ଅଧ୍ୟକ୍ଷ ନିର୍ବାଚନ ଶେଷ ହେବାପରେ ରାଜସ୍ଥାନ କଂଗ୍ରେସରେ କ୍ଷମତା ପାଇଁ ପୁଣି ମୁହଁ।ମୁହିଁ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଓ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌। ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡ଼ରେ ଥିବା ଗେହଲଟଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ପଡ଼ିବ ବୋଲି ଦଳର ନେତା ରାହୁଲ ଗାନ୍ଧୀ ସ୍ପଷ୍ଟ କରିଥିଲେ।

ଏହାପରେ ଗେହଲଟଙ୍କ ଅନୁଗାମୀ ବିଧାୟକମାନେ ଦଳରେ ବିଦ୍ରୋହ କରିଥିଲେ। ଫଳରେ ପାଇଲଟ ଆଉଥରେ ମୁଖ୍ୟମନ୍ତ୍ରୀ ହେଉ ହେଉ ରହିଯାଇଥିଲେ। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗେହଲଟ ରାଜସ୍ଥାନର ଏକ କାର୍ଯ୍ୟକ୍ରମରେ ମଞ୍ଚାସୀନ ହୋଇଥିଲେ। ଏହି ଅବସରରେ ଉଭୟେ ପରସ୍ପରକୁ ପ୍ରଶଂସା କରିଥିଲେ। ଏ ନେଇ ପାଇଲଟ କହିଛନ୍ତି, ପ୍ରଧାନମନ୍ତ୍ରୀ ପୂର୍ବରୁ ପାର୍ଲାମେଣ୍ଟରେ ଗୁଲାମନବୀ ଆଜାଦଙ୍କୁ ପ୍ରଶଂସା କରିଥିଲେ। ଆଜାଦ କ’ଣ କଲେ ତାହା ସମସ୍ତଙ୍କୁ ଜଣା। ଗେହଲଟ ଆଗକୁ କ’ଣ କରିପାରନ୍ତି, ଏବେ ଅନୁମାନ କରାଯାଉ। ଏଥିସହ କଂଗ୍ରେସର ବିଦ୍ରୋହୀ ବିଧାୟକମାନଙ୍କ ବିରୋଧରେ ଦଳ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଏହା ଉପରେ ଗେହଲଟ କହିଛନ୍ତି, ପାଇଲଟ ଏପରି ମନ୍ତବ୍ୟ ଦେବା ଅନୁଚିତ୍‌। ସମସ୍ତେ ଦଳୀୟ ଶୃୃଙ୍ଖଳା ମାନି ଚଳନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri