Posted inଜାତୀୟ

ରଦ୍ଦ ହୋଇପାରେ ଗେହଲଟଙ୍କ ନାମାଙ୍କନ, ସତ୍ୟପାଠରେ ତ୍ରୁଟି…

ଜୟପୁର,୯।୧୧ : ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ସିଏମ ଏବଂ ଭେଟେରାନ କଂଗ୍ରେସ ନେତା ଅଶୋକ ଗେହଲଟ ଯୋଧପୁରର ସର୍ଦ୍ଦାରପୁର ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। କିନ୍ତୁ, ତାଙ୍କ ନିର୍ବାଚନୀ ସତ୍ୟପାଠକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ବିରୋଧରେ ଭାଜପା ବଡ ଅଭିଯୋଗ ଆଣିଛି। ଭାଜପା କହିଛି ନିର୍ବାଚନ ସତ୍ୟପାଠରେ ଦୁଇଟି ଅପରାଧିକ ମାମଲା ସମ୍ପର୍କରେ ସିଏମ ଗେହଲଟ କୌଣସି ସୂଚନା ଦେଇନାହାଁନ୍ତି। ଏଥିପାଇଁ ଦଳ ନିର୍ବାଚନ ଆୟୋଗଙ୍କୁ ଏକ ଅଭିଯୋଗ ପତ୍ର ଲେଖିଛି।

ରିପୋର୍ଟ ଅନୁଯାୟୀ, ଭାଜପା ଏହି ଅଭିଯୋଗକୁ ଅତ୍ୟନ୍ତ ଗମ୍ଭୀର ବୋଲି କହିଛି ଏବଂ ଗେହଲୋଟଙ୍କ ନାମାଙ୍କନପତ୍ର ରଦ୍ଦ କରିବାକୁ ନିର୍ବାଚନ ଆୟୋଗଙ୍କଠାରେ ଦାବି କରିଛି। କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ କହିଛନ୍ତି ନିର୍ବାଚନୀ ସତ୍ୟପାଠରେ ଗେହଲଟ ଜାଣିଶୁଣି ଏଫଆଇଆର୍‌ ବିଷୟରେ ସୂଚନା ଦେଇ ନାହାନ୍ତି। ତାଙ୍କ ବିରୋଧରେ ଆସିଥିବା ଦୁଇଟି ଅଭିଯୋଗ ଅତ୍ୟନ୍ତ ଗମ୍ଭୀର। ମୁଖ୍ୟମନ୍ତ୍ରୀ ଏହି ମାମଲାଗୁଡ଼ିକ ବିଷୟରେ ସମ୍ପୂର୍ଣ୍ଣ ଭାବେ ଅବଗତ ଥିଲେ କିନ୍ତୁ ସତ୍ୟପାଠରେ ଏହା ଉଲ୍ଲେଖ କରି ନାହାନ୍ତି।

ଗେହଲଟଙ୍କ ବିରୋଧରେ ପ୍ରଥମ ମାମଲା ଜମି ସ୍କାମ ଏବଂ ଦ୍ୱିତୀୟଟି ଡକାୟତି ତଥା ବଳାତ୍କାର ଭଳି ଅପରାଧ ସହ ଜଡିତ। ନିର୍ବାଚନୀ ସତ୍ୟପାଠରେ ସେ ଏହି ଦୁଇଟି ବିଷୟରେ ଉଲ୍ଲେଖ କରିନାହାଁନ୍ତି। ଆମେ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଛୁ, ସେମାନେ ଏହି ଘଟଣାର ଅବଗତ ହୋଇ ଗେହଲଟଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ।

ଏଥି ସହିତ ଭାଜପାର ଅଭିଯୋଗ ପରେ ଜିଲା ନିର୍ବାଚନ ଅଧିକାରୀ ଏ ସମ୍ପର୍କରେ ସୂଚନା ଲୋଡିଛନ୍ତି। ଜିଲା ନିର୍ବାଚନ ଅଧିକାରୀ ହିମାଂଶୁ ଗୁପ୍ତା କହିଛନ୍ତି ସିଏମ ଅଶୋକ ଗେହଲଟଙ୍କ ବିରୋଧରେ ଅଭିଯୋଗ ପଞ୍ଜିକୃତ ହୋଇଛି। ଏହାର ସମ୍ପୂର୍ଣ୍ଣ ରିପୋର୍ଟ ଲୋଡାଯାଇଛି। ରିପୋର୍ଟ ପାଇବା ପରେ, ଆମେ ଏହି ସମଗ୍ର ଘଟଣାର ଅନୁସନ୍ଧାନ କରିବୁ। ତେବେ ଏହି ସମଗ୍ର ପ୍ରସଙ୍ଗରେ ସିଏମ ଗେହଲଟ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri