Posted inଜାତୀୟ

ଗେହଲଟଙ୍କ ଚିନ୍ତନ ବନାମ ପାଇଲଟଙ୍କ ମିଶନ…

ଜୟପୁର,୧୬।୧ : ବିଧାନସଭା ନିର୍ବାଚନର ପ୍ରାୟ ୧୦ ମାସ ପୂର୍ବରୁ ରାଜସ୍ଥାନରେ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଗୋଟିଏ ପଟେ ରାଜସ୍ଥାନ ସରକାର ‘ଚିନ୍ତନ’ ଶିବିର କରିବାକୁ ଯାଉଛନ୍ତି ଏବଂ ଅନ୍ୟ ପଟେ ପୂର୍ବ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ‘ମିଶନ -୨୩’ ଆରମ୍ଭ କରିବାକୁ ଯାଉଛନ୍ତି। ସୋମବାରଠାରୁ ପାଇଲଟ ବିଶାଳ ସମାବେଶ ଏବଂ ଜନସମ୍ପର୍କ ଅଭିଯାନ ଆରମ୍ଭ କରିଛନ୍ତି। ଦୀର୍ଘ ଦିନ ଧରି ମୁଖ୍ୟମନ୍ତ୍ରୀ ପଦବୀ ଉପରେ ନଜର ରଖିଥିବା ପାଇଲଟ ପୁଣି ଥରେ ଏହି ରାଲି ମାଧ୍ୟମରେ ନିଜର ଶକ୍ତି ପ୍ରଦର୍ଶନ କରିବାକୁ ଯାଉଛନ୍ତି ବୋଲ ଚର୍ଚ୍ଚା ହେଉଛି। ଆଗାମୀ ନିର୍ବାଚନ ପୂର୍ବରୁ ନିଜକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିବାର ପ୍ରୟାସ ବୋଲି ରାଜନୈତିକ ବିଶେଷଜ୍ଞମାନେ ମତପୋଷଣ କରିଛନ୍ତି।

ଜାନୁଆରୀ ୨୩ ରୁ ରାଜ୍ୟରେ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ସମୟରେ ପାଇଲଟଙ୍କ ସମାବେଶ ନେଇ ରାଜ୍ୟ ରାଜନୈତିକ ମହଲ ସକ୍ରିୟ ହେବାରେ ଲାଗିଛି। ପଞ୍ଜାବର ଭାରତ ଯୋଡା ଯାତ୍ରାରେ ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ପାଇଲଟ ତାଙ୍କର ମିଶନ ଆରମ୍ଭ କରିଛନ୍ତି, ଯାହା ସେ ନିଜେ ସୋସିଆଲ ମିଡିଆ ମାଧ୍ୟମରେ ଘୋଷଣା କରିଛନ୍ତି। ଯୋଜନା ଅନୁଯାୟୀ, ପାଇଲଟ ୧୬ରୁ ୧୯ ପର୍ଯ୍ୟନ୍ତ ନାଗୌର, ହନୁମାନଗଡ, ଝୁଞ୍ଜୁନୁ ଏବଂ ପାଲିରେ କୃଷକ ସମାବେଶକୁ ସମ୍ବୋଧିତ କରିବେ। କୃଷକମାନଙ୍କ ସହିତ ପାଇଲଟ ମଧ୍ୟ ଯୁବବର୍ଗମାନଙ୍କ ଉପରେ ଧ୍ୟାନ ଦେବେ। ଯୁବବର୍ଗମାନଙ୍କ ମଧ୍ୟରେ ଲୋକପ୍ରିୟ ପାଇଲଟ ଜାନୁଆରୀ ୨୦ରେ ଜୟପୁରର ଛାତ୍ରୀଛାତ୍ରମାନଙ୍କୁ ସମ୍ବୋଧିତ କରିବେ।

ନିକଟରେ ପାଇଲଟ ତାଙ୍କ କାର୍ଯ୍ୟସୂଚୀ ଘୋଷଣା କରିବାବେଳେ କହିଥିଲେ, ’ମୁଁ ରାଜସ୍ଥାନର ବିଭିନ୍ନ ଜିଲ୍ଲାର ଲୋକ ଏବଂ ଶ୍ରମିକଙ୍କ ମଧ୍ୟରେ ରହିବି। ପାଇଲଟ ପ୍ରଥମେ ନାଗୌର ଜିଲାର ପାରାବସ୍ତର ଅଞ୍ଚଳରେ ଜାନୁଆରୀ ୧୬ ରେ କୃଷକଙ୍କୁ ସମ୍ବୋଧିତ କରିବେ। ଜାନୁୟାରୀ ୧୭ ରେ, ହନୁମାନଗଡର ପିଲିବାଙ୍ଗା, ଜାନୁଆରୀ ୧୮ ରେ ଝୁଞ୍ଜୁନୁର ଗୁଢ୍ଡା, ଜାନୁଆରୀ ୧୯ରେ ପାଲିର ସଦରିରେ ସେ ସଭାରେ ସମ୍ବୋଧନ କରିବେ।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସୋମବାରଠାରୁ ଜୟପୁରରେ ଦୁଇ ଦିନିଆ ଚିନ୍ତନ ଶିବିର ଆୟୋଜନ କରିବାକୁ ଯାଉଛନ୍ତି। ଏଥିରେ ସରକାରଙ୍କ ଯୋଜନା ଏବଂ ବଜେଟ ଘୋଷଣା ସମୀକ୍ଷା କରାଯିବ।
ଏହି ସଭାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଅଧ୍ୟକ୍ଷତା କରିବେ ଏବଂ ଏଥିରେ ସମସ୍ତ ମନ୍ତ୍ରୀ ଏବଂ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ। ୨ ଦିନର ମୋଟ ୮ ଟି ଅଧିବେଶନ ଅନୁଷ୍ଠିତ ହେବ ଯେଉଁଥିରେ ମନ୍ତ୍ରୀମାନେ ନିଜ ନିଜ ବିଭାଗର କାର୍ଯ୍ୟର ହିସାବ ରଖିବେ। ସମସ୍ତ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ଆଧାରରେ ପରବର୍ତ୍ତୀ ରଣନୀତି ପ୍ରସ୍ତୁତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?