କୋଟି କୋଟି ଟଙ୍କାର ରତ୍ନପଥର, ରାତି ଅନିଦ୍ରା ହୋଇ ଲୋକେ…

ବଘିଆପଡା,୨୮।୧( ଶ୍ରୀକାନ୍ତ ସାହୁ): ମହାନଦୀରୁ ରତ୍ନପଥର ସଂଗ୍ରହ ନେଇ ୧୯୮୦ ମସିହା ପରେ ବୌଦ୍ଧ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲା । ପ୍ରାୟ ୨୦୦୦ ପର୍ଯ୍ୟନ୍ତ ମହାନଦୀରେ ଜୋରସୋରରେ ଏହି ରତ୍ନପଥର ଖୋଳା କାରବାର ଚାଲିଥିଲା । ବୌଦ୍ଧ ସହରଠାରୁ ହାଟଗାଁ ପର୍ଯ୍ୟନ୍ତ ମହାନଦୀ ଗର୍ଭରୁ ଏହି ରତ୍ନପଥର ସଂଗ୍ରହ କରାଯାଉଥିଲା । ପରେ ରାଜ୍ୟ ଖଣି ବିଭାଗ ପକ୍ଷରୁ ରତ୍ନପଥର ଖୋଳାକୁ ନିଷିଧ କରାଯାଇଥିଲା ।

ଏବେ ପୁଣିଥରେ ରତ୍ନପଥରକୁ ନେଇ ବୌଦ୍ଧଜିଲା ରାଜ୍ୟବାସୀଙ୍କ ଦୃଷ୍ଟି ଆକର୍ଷଣ କରିଛି । ବୌଦ୍ଧଜିଲାର ବଘିଆପଡା ଫାଣ୍ଡି ଅନ୍ତର୍ଗତ ଖଣ୍ଡିଆପଡା ଗ୍ରାମ ନିକଟରେ ଚାଲିଥିବା ଏକ ରାସ୍ତାକାମରେ ମାଟି ପକାଯାଉଥିବାବେଳେ ପୁଳା ପୁଳା ରତ୍ନପଥର ମିଳୁଥିବା ଜଣାଯାଇଛି । ଫଳରେ ରାସ୍ତା କାମକୁ ବନ୍ଦ କରି ସ୍ଥାନୀୟ ଲୋକମାନେ ରାସ୍ତାରୁ ମାଟି ଖୋଳି ରତ୍ନପଥର ସଂଗ୍ରହ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି । ରତ୍ନ ପଥର ବ୍ୟବସାୟୀମାନେ ପହି ସଂଗୃହୀତ ରତ୍ନପଥରର ମାନ ଓ ମୂଲ୍ୟ ଯାଞ୍ଚ କରୁଥିବାବେଳେ ଖଣି ବିଭାଗ ପାଖରେ କିନ୍ତୁ ଏନେଇ କୌଣସି ସୂଚନା ନଥିବା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି । ବ୍ୟବସାୟୀମାନେ ଉକ୍ତ ରତ୍ନପଥରକୁ କିଲୋ ପିଛା ୨୫ ଶହରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ କିଣୁଥିବା ଆଲୋଚନା ହେଉଅଛି । କିନ୍ତୁ ଘଟଣା ସ୍ଥଳରେ ଖଣି ବିଭାଗ କି ସ୍ଥାନୀୟ ପୋଲିସ ପହ ନଥିବା ଜଣାପଡିଛି । ଏନେଇ ପ୍ରଶାସନ ପକ୍ଷରୁ ପଦକ୍ଷେପ ନେଲେ ଏହା ରତ୍ନ ପଥର ନା ଆଉ କିଛି ଜଣାପଡିବ ବୋଲି ବୁଦ୍ଧିଜିବୀ ମହଲରେ ମତ ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri