ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ ଟଙ୍କା ଟ୍ରାଭେଲ୍‌, ବ୍ରାଣ୍ଡେଡ୍‌ ପୋଷାକ ଓ ମହଙ୍ଗା ସଉକରେ ଖର୍ଚ୍ଚ କରୁଛନ୍ତି । କିନ୍ତୁ ଏକ ନୂଆ ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି ।

ଫାଇନାନ୍ସିଆଲ୍‌ ପ୍ଲାଟଫର୍ମ Salaryse ପକ୍ଷରୁ ୫୨ ଲକ୍ଷରୁ ଅଧିକ Gen Z ଯୁବଙ୍କ UPI ଟ୍ରାଞ୍ଜାକ୍ସନ୍‌ ବିଶ୍ଳେଷଣ କରି ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି । ରିପୋର୍ଟ ଅନୁସାରେ, ଯୁବ କର୍ମଚାରୀମାନେ ନିଜ ଦରମାର ପ୍ରାୟ ୭୦% ଟଙ୍କା ଜରୁରୀ ଖର୍ଚ୍ଚ ଓ ପରିବାର ଦାୟିତ୍ୱ ପାଇଁ ବ୍ୟବହାର କରୁଛନ୍ତି। ଘରର ରାସନରେ ପ୍ରାୟ ଦରମାର ପ୍ରାୟ ୧୫.୭% ଖର୍ଚ୍ଚ କରୁଥିବା ବେଳେ ବିଲ୍‌ ଓ ସବ୍‌ସ୍କ୍ରିପସନରେ ପ୍ରାୟ ୨୦.୧% ପ୍ରତିଶତ ଖର୍ଚ୍ଚ କରୁଛନ୍ତି । ସେହିପରି ଫାଇନାନ୍ସିଆଲ୍‌ ସେବାରେ ପ୍ରାୟ ୧୨.୨%, ସପିଂରେ ପ୍ରାୟ ୧୧.୯% ଏବଂ ଖାଇବା-ପିଇବାରେ ପ୍ରାୟ ୧୧.୫% ପ୍ରତିଶତ ଖର୍ଚ୍ଚ କରୁଛନ୍ତି ।

Salaryseର ସହ-ପ୍ରତିଷ୍ଠାତା ପୀୟୁଷ ବଗଡ଼ିଆଙ୍କ ଅନୁସାରେ, Gen Z ଏଭଳି ଏକ ପିଢ଼ି ଯିଏ ନିଜ ଆର୍ଥିକ ଜୀବନକୁ ବହୁମାତ୍ରାରେ ଡିଜିଟାଲ୍‌ ମାଧ୍ୟମରେ ପରିଚାଳନା କରୁଛନ୍ତି । ମୋବାଇଲ୍‌ ରିଚାର୍ଜ, OTT ଓ ଆପ୍‌ ସବ୍‌ସ୍କ୍ରିପସନ୍‌ ଭଳି ଖର୍ଚ୍ଚ ବଢ଼ିଥିଲେ ମଧ୍ୟ ଯୁବପିଢ଼ି ପରିବାରର ଦାୟିତ୍ୱ ସହ ନିଜ ସ୍ୱାଧୀନତାର ସନ୍ତୁଳନ ରଖୁଛନ୍ତି । ଏହାସହ ସଞ୍ଚୟ ଓ ନିବେଶ ପ୍ରତି ମଧ୍ୟ Gen Zଙ୍କ ଆଗ୍ରହ ବଢ଼ୁଥିବା ରିପୋର୍ଟରୁ ଜଣାପଡ଼ିଛି । ଅର୍ଥାତ୍‌, କେବଳ ମଜା ଓ ସଉକରେ ଟଙ୍କା ଉଡ଼ାଉଥିବା ପିଢ଼ି ବୋଲି Gen Zଙ୍କୁ ଦେଖିବା ଧାରଣା ସମ୍ପୂର୍ଣ୍ଣ ଠିକ୍‌ ନୁହେଁ ବୋଲି କହିଛନ୍ତି । ଯାତାୟାତ ଓ ବୁଲାବୁଲି ପାଇଁ ସେମାନଙ୍କ ମାସିକ ଆୟର ପ୍ରାୟ ୫% ହିଁ ଖର୍ଚ୍ଚ କରୁଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri