କଟକ,୧୪ା୯ (କାର୍ତ୍ତିକ ସାହୁ)କଟକ ସହରରେ ମାଳ ମାଳ କ୍ଲିନିକ୍ ଓ ଡାଇଗ୍ନୋଷ୍ଟିକ୍ ସେଣ୍ଟର ଖୋଲିଛି। ସେଠାରେ ବେଆଇନ ଭାବେ ଲିଙ୍ଗ ନିରୂପଣ କରାଯାଉଛି। ହେଲେ ପ୍ରମାଣ ଅଭାବରୁ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରୁ ନ ଥିଲା। ଖବରପାଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ କଟକ ଅରୁଣୋଦୟ ନଗର ଅଞ୍ଚଳର ଏକ ନର୍ସିଂହୋମ୍, ବାଦାମବାଡ଼ି ରକ୍ସିଲେନ୍ ଅଞ୍ଚଳର ଏକ ଫିଜିଓଥେରାପି ସେଣ୍ଟର ଓ ଏକ ଭଡ଼ାଘରେ ଚଢ଼ାଉ କରିଥିଲା। ଏଥିରେ ଜିଲା ପ୍ରଶାସନର ଅଧିକାରୀ ଓ ଡ୍ରଗ୍ସ ନିୟନ୍ତ୍ରକ ସାମିଲ ହୋଇଥିଲେ। ଚଢ଼ାଉବେଳେ ଦୁଇଟି ଅଲଟ୍ରାସାଉଣ୍ଡ୍ ମେଶିନ ଏବଂ କିଛି ଗର୍ଭପାତ ଔଷଧ ଜବତ କରାଯାଇଛି। ଏଭଳି ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ରକ୍ସିଲେନ୍ ଅଞ୍ଚଳର ଏକ ଫିଜିଓଥେରାପି ସେଣ୍ଟରରେ ବେଆଇନ ଲିଙ୍ଗ ନିରୂପଣ କରାଯାଉଥିବା ଖବର ମିଳିବା ପରେ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ପ୍ରଥମେ ସେଠାରେ ଚଢ଼ାଉ କରିଥିଲା। ଏଠାରେ ଫିଜିଓ ଥେରାପି ନାମରେ ଅଭିଯୁକ୍ତ ଜଣଙ୍କ ଲିଙ୍ଗ ନିରୂପଣ କରୁଥିବା ଜଣାପଡିଥିଲା। ସେଠାରୁ ଏକ ପୋର୍ଟେବୁଲ ଅଲଟ୍ରାସାଉଣ୍ଡ ମେଶିନ ଓ ଗର୍ଭପାତ ନିମନ୍ତେ ବ୍ୟବହୃତ ଔଷଧ ଜବତ ହୋଇଥିଲା। ଏହାପରେ ନିକଟରେ ଥିବା ଅଭିଯୁକ୍ତଙ୍କ ଭଡ଼ାଘରେ ଚଢ଼ାଉ କରାଯାଇଥିଲା। ସେଠାରୁ କେତେକ ଗର୍ଭପାତ ଔଷଧ ଏବଂ ଇଞ୍ଜେକଶନ ମିଳିଥିଲା। ଏହାପରେ ୧୨ ଜଣିଆ ଟିମ୍ ଅରୁଣୋଦୟ ନଗର ଅଞ୍ଚଳରେ ଥିବା ନର୍ସିଂହୋମ୍ରେ ଚଢ଼ାଉ କରି ଏକ ଅଲଟ୍ରାସାଉଣ୍ଡ ମେଶିନ ଜବତ କରିଥିଲା। ଅନ୍ୟପକ୍ଷରେ ନର୍ସିଂହୋମ୍ର ମାଲିକ ଏଭଳି ଘଟଣା ସଂକ୍ରାନ୍ତରେ କିଛି ଜାଣିନାହାନ୍ତି ବୋଲି କହିଛନ୍ତି। ୨ ମାସ ପୂର୍ବରୁ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ସେ ଏହାର ମାଲିକାନା ପ୍ରଦାନ କରିଛନ୍ତି ବୋଲି ପ୍ରକାଶ କରିଥିଲେ। ଅପରପକ୍ଷରେ ଚଢ଼ାଉ ଜାରି ରହିଛି ବୋଲି ଡେପୁଟି କଲେକ୍ଟର ଅଳକାରାଣୀ ଦେବତା ସୂଚନା ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କଟକ View All
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
Archives


