ଫିଜିଓଥେରାପି ସେଣ୍ଟରରେ ଚାଲିଥିଲା ଲିଙ୍ଗ ନିରୂପଣ

କଟକ,୧୪ା୯ (କାର୍ତ୍ତିକ ସାହୁ)କଟକ ସହରରେ ମାଳ ମାଳ କ୍ଲିନିକ୍‌ ଓ ଡାଇଗ୍ନୋଷ୍ଟିକ୍‌ ସେଣ୍ଟର ଖୋଲିଛି। ସେଠାରେ ବେଆଇନ ଭାବେ ଲିଙ୍ଗ ନିରୂପଣ କରାଯାଉଛି। ହେଲେ ପ୍ରମାଣ ଅଭାବରୁ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରୁ ନ ଥିଲା। ଖବରପାଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ କଟକ ଅରୁଣୋଦୟ ନଗର ଅଞ୍ଚଳର ଏକ ନର୍ସିଂହୋମ୍‌, ବାଦାମବାଡ଼ି ରକ୍ସିଲେନ୍‌ ଅଞ୍ଚଳର ଏକ ଫିଜିଓଥେରାପି ସେଣ୍ଟର ଓ ଏକ ଭଡ଼ାଘରେ ଚଢ଼ାଉ କରିଥିଲା। ଏଥିରେ ଜିଲା ପ୍ରଶାସନର ଅଧିକାରୀ ଓ ଡ୍ରଗ୍ସ ନିୟନ୍ତ୍ରକ ସାମିଲ ହୋଇଥିଲେ। ଚଢ଼ାଉବେଳେ ଦୁଇଟି ଅଲଟ୍ରାସାଉଣ୍ଡ୍‌ ମେଶିନ ଏବଂ କିଛି ଗର୍ଭପାତ ଔଷଧ ଜବତ କରାଯାଇଛି। ଏଭଳି ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ରକ୍ସିଲେନ୍‌ ଅଞ୍ଚଳର ଏକ ଫିଜିଓଥେରାପି ସେଣ୍ଟରରେ ବେଆଇନ ଲିଙ୍ଗ ନିରୂପଣ କରାଯାଉଥିବା ଖବର ମିଳିବା ପରେ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ପ୍ରଥମେ ସେଠାରେ ଚଢ଼ାଉ କରିଥିଲା। ଏଠାରେ ଫିଜିଓ ଥେରାପି ନାମରେ ଅଭିଯୁକ୍ତ ଜଣଙ୍କ ଲିଙ୍ଗ ନିରୂପଣ କରୁଥିବା ଜଣାପଡିଥିଲା। ସେଠାରୁ ଏକ ପୋର୍ଟେବୁଲ ଅଲଟ୍ରାସାଉଣ୍ଡ ମେଶିନ ଓ ଗର୍ଭପାତ ନିମନ୍ତେ ବ୍ୟବହୃତ ଔଷଧ ଜବତ ହୋଇଥିଲା। ଏହାପରେ ନିକଟରେ ଥିବା ଅଭିଯୁକ୍ତଙ୍କ ଭଡ଼ାଘରେ ଚଢ଼ାଉ କରାଯାଇଥିଲା। ସେଠାରୁ କେତେକ ଗର୍ଭପାତ ଔଷଧ ଏବଂ ଇଞ୍ଜେକଶନ ମିଳିଥିଲା। ଏହାପରେ ୧୨ ଜଣିଆ ଟିମ୍‌ ଅରୁଣୋଦୟ ନଗର ଅଞ୍ଚଳରେ ଥିବା ନର୍ସିଂହୋମ୍‌ରେ ଚଢ଼ାଉ କରି ଏକ ଅଲଟ୍ରାସାଉଣ୍ଡ ମେଶିନ ଜବତ କରିଥିଲା। ଅନ୍ୟପକ୍ଷରେ ନର୍ସିଂହୋମ୍‌ର ମାଲିକ ଏଭଳି ଘଟଣା ସଂକ୍ରାନ୍ତରେ କିଛି ଜାଣିନାହାନ୍ତି ବୋଲି କହିଛନ୍ତି। ୨ ମାସ ପୂର୍ବରୁ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ସେ ଏହାର ମାଲିକାନା ପ୍ରଦାନ କରିଛନ୍ତି ବୋଲି ପ୍ରକାଶ କରିଥିଲେ। ଅପରପକ୍ଷରେ ଚଢ଼ାଉ ଜାରି ରହିଛି ବୋଲି ଡେପୁଟି କଲେକ୍ଟର ଅଳକାରାଣୀ ଦେବତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri