ପାଠ୍ୟପୁସ୍ତକରେ ରହିବ ଲିଙ୍ଗଗତ ସମାନତା ବିଷୟ

ଭୁବନେଶ୍ୱର, ୯।୮(ବ୍ୟୁରୋ):ଜିଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀଙ୍କ ଦିନିକିଆ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାଦାନକୁ ନିଜର ବ୍ରତ ଭାବରେ ଗ୍ରହଣ କରନ୍ତୁ। ‘୫ଟି’ ଉଚ୍ଚ ବିଦ୍ୟାଳୟଗୁଡ଼ିକର ରୂପାନ୍ତରୀକରଣ, ସମସ୍ତଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସର୍ବାଙ୍ଗୀନ ବିକାଶ ନିମନ୍ତେ ସାମୂହିକ ପ୍ରଚେଷ୍ଟା ପାଇଁ ସେ ଆହ୍ବାନ ଦେଇଥିଲେ। ଏଥିସହ ଶିକ୍ଷାର ଗୁଣାତ୍ମକ ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଯେଉଁ ଆଶାଭରସା ରହିଛି ତାହାର ତ୍ୱରିତ ରୂପାୟନ ନିମନ୍ତେ ମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ଜେ-ପାଲ ଓ ବ୍ରେକ୍‌ ଥ୍ରୋ ଟ୍ରଷ୍ଟ ପକ୍ଷରୁ ଉଚ୍ଚ ପ୍ରାଥମିକ ଓ ହାଇସ୍କୁଲରେ ଲିଙ୍ଗଗତ ସମାନତା କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଆଗାମୀ ଶିକ୍ଷା ବର୍ଷରୁ ପାଠ୍ୟ ପୁସ୍ତକରେ ଲିଙ୍ଗଗତ ସମାନତା ସମ୍ପର୍କରେ ପାଠ୍ୟକ୍ରମ ରହିବ। ପିଲାଙ୍କ ଭିତରେ ଲିଙ୍ଗଗତ ଭେଦଭାବ ଚିନ୍ତାଧାରାକୁ ପରିବର୍ତ୍ତନ କରିବା ପାଇଁ ପାଠ୍ୟକ୍ରମରେ ଗୁରୁତ୍ୱ ଦିଆଯିବ। ବର୍ତ୍ତମାନ ପିଲାମାନେ ଏକ ସହାୟକ ପୁସ୍ତିକା ମାଧ୍ୟମରେ ଲିଙ୍ଗଗତ ସମାନତା ପାଠ ଅଧ୍ୟୟନ କରିବେ। ଏହି କାର୍ଯ୍ୟକ୍ରମ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳନା କରାଯିବ। ଜେ-ପାଲ ଓ ବ୍ରେକ୍‌ ଥ୍ରୋ ଟ୍ରଷ୍ଟ ବୈଷୟିକ ଓ ଗବେଷଣା ସହାୟତା ଯୋଗାଇ ଦେବ ବୋଲି ସୂଚନା ଦିଆଯାଇଛି।
ଏଥିସହ ବିଦ୍ୟାଳୟ ବାହାରେ ଥିବା ବା ଅଧାରୁ ପାଠ ଛାଡ଼ିଥିବା ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ ଧନ୍ଦାମୂଳକ ଶିକ୍ଷାର ପ୍ରଚଳନ ଲାଗି ଏକ ପେଟିକାକୁ ମନ୍ତ୍ରୀ ଓ ଅତିଥିମାନେ ଉନ୍ମୋଚନ କରିଥିଲେ। ଏହି କାର୍ଯ୍ୟକ୍ରମ ୧୦ଟି ଆକାଂକ୍ଷୀ ଜିଲାର ୧୦୦ଟି ବିଦ୍ୟାଳୟରେ ପ୍ରଚଳନ କରାଯାଇଛି। ବିଦ୍ୟାଳୟ ସମୟ ନିର୍ଘଣ୍ଟ ବାହାରେ କ୍ଲାସ ହେବାର ଯୋଜନା ରହିଛି। ସେହିଭଳି ‘ଶିକ୍ଷଣ ଭରଣା ଯୋଜନା’ କାର୍ଯ୍ୟକ୍ରମର ପୁସ୍ତିକା ଓ ସଫ୍ଟଓ୍ବେର ମଧ୍ୟ ଲୋକାର୍ପିତ ହୋଇଥିଲା। ଏହା ଦ୍ୱାରା ୪୩,୯୧,୨୮୭ ଛାତ୍ରୀଛାତ୍ର ଉପକୃତ ହେବେ।
ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ଅତିରିକ୍ତ ଶାସନ ସଚିବ ତଥା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ କୁମାର ମିଶ୍ର, ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ରାମଶିଷ ହାଜରା, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସତ୍ୟ ରଞ୍ଜନ ସାହୁ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ବୃନ୍ଦାବନ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?