Posted inଜାତୀୟ

କିନ୍ନର ମାଗଣାରେ କରିପାରିବେ ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର…

ନୂଆଦିଲ୍ଲୀ,୨୫।୮ : କିନ୍ନର ମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହା ଦ୍ୱାରା କିନ୍ନରମାନେ ମାଗଣା ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର କରିବାକୁ ସମର୍ଥ ହେବେ। ସମ୍ପ୍ରତି ଦେଶର କୌଣସି ଡାକ୍ତରଖାନାରେ ଏହି ଅସ୍ତ୍ରୋପଚାର ମାଗଣା ନୁହେଁ। କେନ୍ଦ୍ର ସରକାର କିନ୍ନରଙ୍କୁ ଆୟୁଷ୍ମାନ ଭାରତ ଯୋଜନାର ଲାଭ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ (ଏନଏଚଏ) ଏବଂ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ ମଧ୍ୟରେ ଏନେଇ ଏକ ଏମଓୟୁ ସୱାକ୍ଷରିତ ହୋଇଛି । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡବ୍ୟ କହିଛନ୍ତି ଯେ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କିନ୍ନରଙ୍କୁ ବାର୍ଷିକ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ମିଳିବ। ଏହାର ଯୋଗ୍ୟତା ପାଇଁ କିନ୍ନର ସାର୍ଟିଫିକେଟ ବାଧ୍ୟତାମୂଳକ, ଯାହା ସରକାରଙ୍କ ଜାତୀୟ ପୋର୍ଟାଲ ଦ୍ୱାରା ପ୍ରଦାନ କରାଯାଇଛି। ନୂଆଦିଲ୍ଲୀର ଡକ୍ଟର ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡକ୍ଟର ମାଣ୍ଡବ୍ୟ କହିଛନ୍ତି ଯେ ଆୟୁଷ୍ମାନ ଯୋଜନା ପରିବାର ପାଇଁ କିନ୍ତୁ ଏହି କିନ୍ନର ସମାଜ ପରିବାର ସହ ଜଡିତ ନୁହନ୍ତି। ସେଥିପାଇଁ କିନ୍ନର ସମାଜକୁ ପାଞ୍ଚ ଲକ୍ଷ ବୀମା ଯୋଗାଇବା ପାଇଁ ଆମେ ପରିବାରର ସଂଜ୍ଞା ପରିବର୍ତ୍ତନ କରିଛୁ। ଦେଶରେ ୪.୮୦ ଲକ୍ଷ କିନ୍ନର ପଞ୍ଜିକୃତ ହୋଇଛନ୍ତି।

ଏନଏଚଏ ସିଇଓ ଡକ୍ଟର ଆର.ଏସ ଶର୍ମା ସୂଚନା ଦେଇଛନ୍ତି ଯେ ଆୟୁଷ୍ମାନ ଭାରତର ୧୨୦୦ରୁ ଅଧିକ ପ୍ୟାକେଜର ଲାଭ କିନ୍ନର ପାଇବ। ଏହା ସହିତ ସେମାନେ ଲିଙ୍ଗ ପରିବର୍ତ୍ତନ କରିବାରେ ମଧ୍ୟ ସକ୍ଷମ ହେବେ। ଏହା ସହ ଜଡିତ ଏକ ସ୍ବାସ୍ଥ୍ୟ ପ୍ୟାକେଜ ଘୋଷଣା କରାଯିବ। ଏହା ଉପରେ କାର୍ଯ୍ୟ ଚାଲିଛି । ଆୟୁଷ୍ମାନ କାର୍ଡରେ ବ୍ରାଣ୍ଡିଂକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା, ଏହି କାରଣରୁ ମନ୍ତ୍ରଣାଳୟ ସମସ୍ତଙ୍କ ସହମତିରେ ଏହି ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଥିଲା। ଡକ୍ଟର ମାଣ୍ଡବ୍ୟ କହିଛନ୍ତି ଯେ ବର୍ତ୍ତମାନ ବ୍ରାଣ୍ଡିଂ କାର୍ଡରେ ଉଭୟ କେନ୍ଦ୍ରୀୟ ଏବଂ ରାଜ୍ୟ ଦୃଶ୍ୟମାନ ହେବ। ଏପର୍ଯ୍ୟନ୍ତ ୩୩ ଟି ରାଜ୍ୟ ମଧ୍ୟରୁ ୩୧ ଟି ଏଥିରେ ସହମତ ହୋଇଛନ୍ତି। ଏଥିମଧ୍ୟରୁ ୨୯ଟି ରାଜ୍ୟରେ ହିତାଧିକାରୀଙ୍କ କାର୍ଡରେ ପରିବର୍ତ୍ତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri