Posted inଜାତୀୟ

ସିଡିଏସ୍ ବିପିନ ରାୱତଙ୍କ ରାଜକୀୟ ସମ୍ମାନ ସହ ହେବ ଶେଷ କୃତ୍ୟ ସମ୍ପନ୍ନ, ସକାଳ ୧୧ଟାରୁ ଶେଷ ଦର୍ଶନ

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କର ଶୁକ୍ରବାର ଶେଷ କୃତ୍ୟ ଦିଲ୍ଲୀଠାରେ ସମ୍ପୂର୍ଣ୍ଣ ରାଜକୀୟ ସମ୍ମାନ ସହ ସମ୍ପନ୍ନ ହେବ । ଯେତେବେଳେ ରାୱତଙ୍କ ଅନ୍ତିମ ଯାତ୍ରା ବାହାରିବ, ସେତେବେଳେ ଯେ ତାଙ୍କୁ ଶେଷ ସଲାମି ଦିଆଯିବ କେବଳ ସେତିକି ନୁହେଁ ସେହି ସମୟର ସମସ୍ତ ଚିତ୍ରକୁ ଦେଶବାସୀ ସାଇତି ରଖିବେ ଚୀରକାଳ ପର୍ଯ୍ୟନ୍ତ । ଆଉ ଆଗାମୀ ପିଢିକୁ କହିବେ ଆମେ ଦେଶର ପ୍ରଥମ ସିଡିଏସ୍‌ଙ୍କୁ ଦେଖିଛୁ । ଆମେ ଜେନେରାଲ ବିପିନ ରାୱତଙ୍କୁ ଦେଖିଛୁ । କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦେଶର ବୀରପୁତ୍ର ଯୋଦ୍ଧାଙ୍କୁ ଆଜି ସାରା ଦେଶ ଲୁହ ଭିଜା ଆଖିରେ ଦେଉଛି ଶ୍ରଦ୍ଧାଞ୍ଜଳି । ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କର ଶୁକ୍ରବାର ହେବ ଶେଷ ଯାତ୍ରା । ସକାଳ ୧୧ଟାରୁ ଦିନ ୨ଟା ପର୍ଯ୍ୟନ୍ତ ତାଙ୍କ ଦିଲ୍ଲୀସ୍ଥିତି ବାସଭବନରେ ପାର୍ଥିକ ଶରୀରର ଶେଷ ଦର୍ଶନ କରାଯିବ । ଏହାପୂର୍ବରୁ ଗୁରୁବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବହୁ ନେତା ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ବରାର ସ୍କୋୟାରରେ ହେବ ଅନ୍ତିମ ସଂସ୍କାର
ଜେନରାଲ ବିପିନ ରାୱତଙ୍କ ପାର୍ଥିବ ଶରୀରକୁ ଗନ କ୍ୟାରିଏଜ ଅର୍ଥାତ୍ ତୋପ ଗାଡିରେ ରଖାଯିବ । ଅନ୍ତିମ ଯାତ୍ରାରେ ଜେନରାଲ ବିପିନ ରାୱତଙ୍କ ସହ ତାଙ୍କ ପତ୍ନୀଙ୍କ ପାର୍ଥିବ ଶରୀର ବି ରହିବ । ଏହା ତାଙ୍କ ଦିଲ୍ଲୀସ୍ଥିତ ବାସଭବନରୁ ବରାର ସ୍କୋୟାର ପର୍ଯ୍ୟନ୍ତ ଯିବ । ଆଉ ରାଜକୀୟ ସମ୍ମାନ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri