ଜେନେରାଲ ପ୍ରାର୍ଥୀଙ୍କୁ ଦିଆ ଯିବନି SC, ST, OBC ସିଟ: UGC ଦେଲା ସ୍ପଷ୍ଟୀକରଣ…

ପ୍ରୟାଗରାଜ,୨୯।୧ : ସଂରକ୍ଷଣ ସମ୍ବନ୍ଧରେ ଜାରି ବିବାଦୀୟ ନିର୍ଦ୍ଦେଶାବଳୀ ଉପରେ ୟୁଜିସି ସ୍ପଷ୍ଟୀକରଣ ଦେଇଛି। ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ରଦ୍ଦକୁ ବିରୋଧ କରାଯିବା ପରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ନିଜର ଆଭିମୁଖ୍ୟ ବଦଳାଇଛନ୍ତି। ୟୁଜିସି କହିଛି କୌଣସି ସଂରକ୍ଷିତ ବର୍ଗ (ଏସସି, ଏସଟି, ଓବିସି) ସିଟ ସଂରକ୍ଷିତ ବର୍ଗରୁ ପୂରଣ ହେବ ନାହିଁ। ଏହା ପୂର୍ବରୁ କୁହାଯାଇଥିଲା ଯଦି ଉଚ୍ଚଶିକ୍ଷା କ୍ଷେତ୍ରରେ ବିଭାଗରେ ନିଯୁକ୍ତିରେ ସଂରକ୍ଷିତ ବର୍ଗରେ କୌଣସି ଯୋଗ୍ୟ ପ୍ରାର୍ଥୀ ନ ମିଳେ, ତା’ହେଲେ ସଂରକ୍ଷିତ ବର୍ଗର ପ୍ରାର୍ଥୀଙ୍କ ସିଟରୁ  ଭରଣା କରାଯିବ।

ୟୁଜିସିର ଡ୍ରାଫ୍ଟ ଗାଇଡଲାଇନରେ କୁହାଯାଇଥିଲା ଯଦି ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ଏସସି, ଏସଟି ଏବଂ ଓବିସିର ପର୍ଯ୍ୟାପ୍ତ ପ୍ରାର୍ଥୀ ନାହାନ୍ତି, ତେବେ ସାଧାରଣ ବର୍ଗ ପାଇଁ ବାକି ସିଟ ଉପଲବ୍ଧ ହେବ । ୨୭ ଡିସେମ୍ବର ୨୦୨୩ ରେ ଏହି ଗାଇଡଲାଇନ ଜାରି କରାଯାଇଥିଲା ଯେଉଁଥିରେ ୨୮ ଜାନୁୟାରୀ ପର୍ଯ୍ୟନ୍ତ ଜନମତ ନିଆଯାଇଥିଲା।

କେନ୍ଦ୍ରୀୟ ଶିକ୍ଷା ପ୍ରତିଷ୍ଠାନ (ସିଇଆଇ) ରେ କେନ୍ଦ୍ରୀୟ ଶିକ୍ଷା ପ୍ରତିଷ୍ଠାନ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ ଅନୁଯାୟୀ ଶିକ୍ଷକ କ୍ୟାଡରରେ ଥିବା ସମସ୍ତ ପ୍ରତ୍ୟକ୍ଷ ନିଯୁକ୍ତି ପଦବୀ ପାଇଁ ସଂରକ୍ଷଣ ଯୋଗାଇ ଦିଆଯାଉଛି ବୋଲି ଶିକ୍ଷା ମନ୍ତ୍ରଣାଳୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟରେ କହିଛି। ଏହି ଅଧିନିୟମ କାର୍ଯ୍ୟକାରୀ ହେବା ପରେ, ଏବେ କୌଣସି ସଂରକ୍ଷିତ ପୋଷ୍ଟକୁ ଅଣସଂରକ୍ଷିତ ରହିବ ନାହିଁ। ୨୦୧୯ ଅଧିନିୟମ ଅନୁଯାୟୀ ଖାଲିଥିବା ପଦବୀ ପୂରଣ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ସମସ୍ତ ସିଇଆଇମାନଙ୍କୁ ନିର୍ଦ୍ଦେଶ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri