ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର

ସମ୍ବଲପୁର ଅଫିସ,୧୧।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଟାଟା ପାୱାରର ଜେନେରାଲ ମ୍ୟାନେଜର ସନ୍ତୋଷ କୁମାର ଦରଜି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର, ବୁର୍ଲା ଓ ବରଗଡ଼ର ମୋଟ ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଚଢାଉରେ ଜଣେ ଡିଏସ୍‌ପି, ୬ ଜଣ ଇନ୍‌ସ୍ପେକ୍ଟର, ଦୁଇ ଜଣ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ସମ୍ବଲପୁର ଭିଜିଲାନ୍ସ ସ୍ପେଶାଲ ଜଜ୍‌ ୱାରେଣ୍ଟ ବଳରେ ଏହି ଚଢାଉ ହୋଇଛି । ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୨୮ ହଜାର ଟଙ୍କା ଭିଜିଲାନ୍ସ ଜବତ ହୋଇଛି।