Posted inଜାତୀୟ

ଦାୟିତ୍ୱ ନେବାର ପ୍ରଥମ ଦିନରେ ଆକ୍ସନ୍‌ ମୋଡ୍‌ରେ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ,୧ା୫: ଭାରତର ନୂଆ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଲ୍ୟୁଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ। ଦାୟିତ୍ୱ ନେବାର ପ୍ରଥମ ଦିନରେ ସେ ଆକ୍ସନ୍‌ ମୋଡ୍‌ରେ ନଜର ଆସିଛନ୍ତି। ଭାରତ-ଚାଇନା ସୀମାରେ ଦେଶର ସାର୍ବଭୌମତ୍ୱକୁ ହରାଇବାକୁ ଦିଆଯିବ ନାହିଁ ବୋଲି ସେ ସଫାସଫା କହିଛନ୍ତି। ମନୋଜ ପାଣ୍ଡେ କହିଛନ୍ତି, ଭାରତ-ଚାଇନା ସୀମାରେ ଆମର ସ୍ଥିତାବସ୍ଥାକୁ ନେଇ ଆମେ ଭଲ ଭାବେ ଅବଗତ ଅଛୁ। ଆମର ସୀମାକୁ ପରିବର୍ତ୍ତନ କରିବାକୁ ଦିଆଯିବ ନାହିଁ କି ସାର୍ବଭୌମତ୍ୱକୁ ହରାଇବାକୁ ଦିଆଯିବ ନାହିଁ। ଆମର ସୈନ୍ୟମାନେ ସୀମାରେ ସଜାଗ ଅଛନ୍ତି। ଗତ ଦୁଇବର୍ଷ ଭିତରେ ଆମେ ଚାଇନା ସୀମାରେ ନିଜର ସୈନ୍ୟ ମୁତୟନକୁ ଖୁବ୍‌ ମଜଭୁତ କରିଛୁ।
ସୂଚନାଯୋଗ୍ୟ, ଗତ ୩୦ ତାରିଖରେ ଦେଶର ୨୯ତମ ସ୍ଥଳ ସେନା ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜେନେରାଲ ମନୋଜ ପାଣ୍ଡେ। ଜେନେରାଲ ନରଭାଣେଙ୍କଠାରୁ ହିଁ ସେ ସ୍ଥଳ ସେନା ମୁଖ୍ୟ ପଦର ଦାୟିତ୍ୱ ଗ୍ରହଣ କରିଛନ୍ତି। ପାଣ୍ଡେ କାମରେ ଯୋଗ ଦେବା ପରେ ତାଙ୍କୁ ସାଉଥ ବ୍ଲକରେ ଭାରତୀୟ ସେନା ପକ୍ଷରୁ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri