ବ୍ୟାଙ୍କ କର୍ମଚାରୀ ସଂଗଠନର ମହାଅଧିବେଶନ

ଭୁବନେଶ୍ୱର,୨୩।୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ୱର କ୍ଷେତ୍ର କର୍ମଚାରୀ ସଂଘ (ଏସ୍‌ବିଆଇଏସ୍‌ଏ,ଭୁବନେଶ୍ୱର ସର୍କଲ) ପକ୍ଷରୁ ନିକଟରେ ଏକ ବ୍ୟାଙ୍କ କର୍ମଚାରୀ ସଂଗଠନର ମହା ଅଧିବେଶନର ଆୟୋଜନ କରାଯାଇଥିଲା। ଓଡ଼ିଶା ରାଜ୍ୟ ବ୍ୟାଙ୍କ କର୍ମଚାରୀଙ୍କ ରାଷ୍ଟ୍ରୀୟ ସଂଘର ୭ମ ତ୍ରିବାର୍ଷିକ ସାଧାରଣ ସଭା ଓ ଅଖିଳ ଭାରତୀୟ କର୍ମଚାରୀ ସଂଘର ୭୫ତମ ବାର୍ଷିକ ସମ୍ମେଳନ ଏବଂ ୮ ଷ୍ଟେଟ ବ୍ୟାଙ୍କ କର୍ମଚାରୀ ସଂଘର ଶତବାର୍ଷିକୀ ସମାରୋହ ସ୍ଥାନୀୟ କୁରଙ୍ଗ ଶାସନସ୍ଥିତ ମୀରା କୋର୍ଟୟାର୍ଡ-୨ ଠାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କ ସଂଘଗୁଡ଼ିକ ମିଳିତ ମଞ୍ଚର ଆବାହକ ସଞ୍ଜୀବ କୁମାର ବନ୍ଦଳିଶ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲା ବେଳେ ଏସ୍‌ବିଆଇ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା,ବ୍ୟାଙ୍କ କର୍ମଚାରୀଙ୍କ ରାଷ୍ଟ୍ରୀୟ ସଂଘର ସଭାପତି ଏସ୍‌.ସି.ବାଲାଜି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସେହିଭଳି ବର୍ତ୍ତମାନ ପରିସ୍ଥିତିରେ ଅନେକ ସମସ୍ୟା ଓ ଚ୍ୟାଲେଞ୍ଚ ମଧ୍ୟରେ ବ୍ୟାଙ୍କର କର୍ମଚାରୀମାନେ କାର୍ଯ୍ୟ କରୁଛନ୍ତି। ଏପରିକି ଭାରତୀୟ ଅର୍ଥନୀତିରେ ବ୍ୟାଙ୍କିଙ୍ଗ୍‌ ଉଦ୍‌ଯୋଗର ଯୋଗଦାନ ଓ ଭବିଷ୍ୟତରେ ଆସୁଥିବା ବିପଦ ଏବଂ ସମସ୍ତ ସଦସ୍ୟଙ୍କ ସର୍ବାଙ୍ଗୀନ କଲ୍ୟାଣ ସମ୍ପର୍କରେ ଅତିଥି ଓ ପ୍ରମୁଖ କର୍ମକର୍ତ୍ତା ମତପ୍ରକାଶ କରିଥିଲେ। ସେହିପରି ଷ୍ଟେଟ ବ୍ୟାଙ୍କ କର୍ମଚାରୀ ସଂଘ ଭୁବନେଶ୍ବର ମଣ୍ଡଳର ସଭାପତି ସ୍ବାଧୀନ କୁମାର ଦାସ ଅତିଥି ପରିଚୟ ପ୍ରଦାନ ସାଙ୍ଗକୁ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ମତପ୍ରକାଶ କରିଥିଲା ବେଳେ ସଂଘର ସାଧାରଣ ସମ୍ପାଦକ ରଘୁନାଥ ପ୍ରସାଦ ଦାସ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ପୂର୍ବତନ ନେତୃବୃନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରିଶେଷରେ ସଂଘର ଉପ ସାଧାରଣ ସମ୍ପାଦକ ଚିତ୍ତରଞ୍ଜନ ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri