Posted inଜାତୀୟ

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ କରାଯାଇ ଏହି ନୂତନ ଶୁଳ୍କ ବ୍ୟବସ୍ଥା ଲାଗୁ କରାଯାଇଛି। କେନ୍ଦ୍ର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ପ୍ରକାଶିତ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ଜୁଲାଇ ୧ରୁ ଏହି ନୂଆ ନିୟମ ଦେଶରେ କାର୍ଯ୍ୟକାରୀ ହେବ। ଏଣିକି ସାଧାରଣ ୩୬ ପୃଷ୍ଠା ବିଶିଷ୍ଟ ନୂତନ ପାସ୍‌ପୋର୍ଟ ପାଇଁ ଆବେଦନକାରୀଙ୍କୁ ପୂର୍ବର ୧୫୦୦ ଟଙ୍କା ବଦଳରେ ୨୫୦୦ ଟଙ୍କା ଦେବାକୁ ପଡ଼ିବ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ୧୯୬୭ ମସିହାର ‘ପାସ୍‌ପୋର୍ଟ ଆକ୍ଟ’ର ଧାରା ୨୪ ଅନୁସାରେ କରାଯାଇଥିବା ଏହି ସଂଶୋଧନରେ ପାସ୍‌ପୋର୍ଟର ପୃଷ୍ଠା ସଂଖ୍ୟା ଏବଂ ଆବେଦନର ଜରୁରିକାଳୀନ ଆବଶ୍ୟକତା (ତତ୍କାଳ) ଭିତ୍ତିରେ ସ୍ବତନ୍ତ୍ର ଶୁଳ୍କ ଧାର୍ଯ୍ୟ ହୋଇଛି। ୩୬ ପୃଷ୍ଠା ବିଶିଷ୍ଟ ପାସ୍‌ପୋର୍ଟ (ନୂତନ ଏବଂ ନବୀକରଣ)ର ତତ୍କାଳ ଆବେଦନ ପାଇଁ ପୂର୍ବ ଶୁଳ୍କ ୩,୫୦୦ ଟଙ୍କା ବଦଳରେ ଏବେ ୫,୦୦୦ ଟଙ୍କା ଦେବାକୁ ହେବ। ସେହିପରି ୬୦ ପୃଷ୍ଠା ବିଶିଷ୍ଟ ପାସ୍‌ପୋର୍ଟ (ଜମ୍ବୋ ପାସ୍‌ପୋର୍ଟ)ର ସାଧାରଣ ଆବେଦନ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ଥିବା ବେଳେ ବର୍ତ୍ତମାନ ଏହା ୩,୫୦୦ ଟଙ୍କା ହୋଇଛି। ଏହାର ତତ୍କାଳ ଆବେଦନ ପାଇଁ ପୂର୍ବ ଶୁଳ୍କ ୪,୦୦୦ ଟଙ୍କା ଥିବା ବେଳେ ଏହାକୁ ବୃଦ୍ଧି କରାଯାଇ ୬,୦୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। ସରକାର ନିଜର ବିଜ୍ଞପ୍ତିରେ ପୁରୁଣା ‘ଚତୁର୍ଥ ସୂଚୀ’ ବଦଳରେ ଏକ ନୂତନ ବ୍ୟବସ୍ଥା ସାମିଲ କରିଛନ୍ତି। ଏହି ନୂତନ ସୂଚୀରେ ଆବେଦନକାରୀଙ୍କୁ ଦୁଇଟି ମୁଖ୍ୟ ଉପ-ବର୍ଗରେ ବିଭକ୍ତ କରାଯାଇଛି। ପ୍ରଥମ ବର୍ଗରେ ୧୮ ବର୍ଷ ବା ତା’ଠାରୁ ଅଧିକ ବୟସ୍କ ନାଗରିକ ଏବଂ ୧୫ରୁ ୧୮ ବର୍ଷ ବୟସ ମଧ୍ୟରେ ଥିବା ସେହି ନାବାଳକମାନଙ୍କୁ ରଖାଯାଇଛି ଯେଉଁମାନେ ବୟସ୍କ ସମାନ ଅବଧି ପାଇଁ ଆବେଦନ କରୁଛନ୍ତି। ଦ୍ୱିତୀୟ ବର୍ଗରେ କେବଳ ୧୮ ବର୍ଷରୁ କମ୍‌ ବୟସର ନାବାଳକ ଆବେଦନକାରୀମାନଙ୍କୁ ସାମିଲ କରାଯାଇଛି। ଜୁନ ୨୦ ତାରିଖରେ ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହି ନିୟମ ଜୁଲାଇ ୧ରୁ ଦେଶର ସମସ୍ତ ପାସ୍‌ପୋର୍ଟ ସେବା କେନ୍ଦ୍ରରେ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ ହେବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?