ପାଣି ପାଇଲେ ପିଢ଼ପୋଖରୀ ବନବାସୀ

କେନ୍ଦୁଝର, ୧୯ା୨(ସ୍ବ.ପ୍ର.)-ପାହାଡ ଜଙ୍ଗଲ ଘେରା କେନ୍ଦୁଝର ଜିଲାର ଅନେକ ଅଗମ୍ୟ ଅଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସୁବିଧା ନ ଥିଲେ ହେଁ ପ୍ରଶାସନର ଉଦ୍ୟମରେ କେତେକ ଅଞ୍ଚଳରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଇବା ପାଇଁ ପଦକ୍ଷେପ ନିଆଯାଇଛି। ମାଲାଙ୍ଗଟୋଲୀ ପାହାଡ ଉପରେ ଅବହେଳିତ ହୋଇ ରହିଥିବା ପିଢପୋଖରୀ ଗ୍ରାମର ବନବାସୀଙ୍କ ଘରେ ପିଇବା ପାଣି ପହଞ୍ଚିଛି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ପାଇପ ଜଳ ଯୋଗାଣ ପ୍ରକଳ୍ପରେ ପିଇବା ପାଣି ଯୋଗାଇଦେଇଛନ୍ତି। ବଣପାହାଡ ଅଞ୍ଚଳ ହୋଇଥିବାରୁ ଯଦିଓ ଏହା ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ହୋଇଥିଲେ ହେଁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଦ୍ୱାରା ଏହି ପ୍ରକଳ୍ପ ନିର୍ମାଣ କରି ପିଇବା ପାଣି ପହଞ୍ଚାଯାଇଛି।
ପ୍ରକାଶ ଯେ ଉକ୍ତ ଗ୍ରାମରେ ପାଖାପାଖି ୨୦୦ ଆଦିବାସୀ ପରିବାର ବସବାସ କରୁଛନ୍ତି। ପାନୀୟ ଜଳ ଅଭାବରୁ ଆଗରୁ ଦୂରରୁ ଝରଣା ପାଣି ବ୍ୟବହାର କରୁଥିଲେ। ପରବର୍ତ୍ତୀ ସମୟରେ ସେମାନଙ୍କୁ ଟ୍ୟାଙ୍କର ଜରିଆରେ ଜଳ ଯୋଗାଣ ହେଉଥିଲେ ହେଁ ତାହା ପର୍ଯ୍ୟାପ୍ତ ନ ଥିଲା ଏବଂ ସେମାନଙ୍କ ଆବଶ୍ୟକତା ପୂରଣ ହୋଇ ପାରୁନଥିଲା। ଏଣୁ ଜିଲାପାଳ ଆଶୀଷ କୁମାର ଠାକରେ ସେମାନଙ୍କୁ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣ ପାଇଁ ପଦକ୍ଷେପ ନେଇଥିଲେ ା ୨୦୧୮ ମସିହାରେ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ପ୍ରାୟ ୨.୬୩ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ନିର୍ମାଣ କାମ ହୋଇଥିଲା। ପାଖ ଝରଣା ଜଳକୁ ପ୍ରାୟ ୩୦୦ ଫୁଟ ଉପରକୁ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ପମ୍ପ ଦ୍ୱାରା ଓଭରହେଡ ଟାଙ୍କିକୁ ଉଠାଯାଉଛି। ସେଠାରୁ ପାଇପ ଦ୍ୱାରା ସମସ୍ତ ଘରକୁ ପିଇବା ପାଣି ଯୋଗାଇ ଦିଆଯାଉଛି। ଏହାର ତଦାରଖ ଖୋଦ ଜିଲାପାଳ କରିଛନ୍ତି। ଏହା ଦ୍ୱାରା ସେମାନଙ୍କ ଜଳ ସମସ୍ୟା ଦୂର ହେବା ସହ ସେମାନଙ୍କ ବିକାଶରେ ସହାୟକ ହୋଇଛି ବୋଲି ଜିଲାପାଳ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri