ଜେନେରେଟର ଧୂଆଁ ନେଲା ୨ ଜୀବନ

ଢେଙ୍କାନାଳ,୧୬ା୧୨(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ମାନପୁର ଗ୍ରାମସ୍ଥିତ ବ୍ରାହ୍ମଣୀ ନଦୀ କୂଳରେ ଥିବା ଏକ ଇଟାଭାଟିରେ କାମ କରୁଥିବା ୨ଜଣ ଶ୍ରମିକଙ୍କ ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ଜେନେରେଟର ଧୂଅଁାରେ ଶ୍ୱାସରୁଦ୍ଧ ହୋଇ ସେମାନଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି। ଗୁରୁତର ଜଣେ ଶ୍ରମିକଙ୍କୁ ପ୍ରଥମେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ବ୍ରାହ୍ମଣୀ ନଦୀ କୂଳରେ ଏହି ଇଟାଭାଟି ବେଆଇନ ଭାବେ ଚାଲୁଥିବା ଅଞ୍ଚଳବାସୀ ଅଭିଯୋଗ କରୁଥିବା ବେଳେ ଓଡ଼ାପଡ଼ା ତହସିଲଦାର ଓ ରାଜସ୍ବ କର୍ମଚାରୀ ଏ ବିଷୟରେ ଜାଣି ନ ଥିବା କହିବା ସାଧାରଣରେ ସନ୍ଦେହ ସୃଷ୍ଟି କରିଛି।
ଘଟଣାରୁ ଜଣାପଡିଛି, ଅନୁଗୋଳ ଜିଲା ପାଲଲହଡ଼ା ଥାନା ଈଶ୍ୱରନଗର ଅଞ୍ଚଳର ବିକ୍ରମ କୁନକୁଲଙ୍କ ପୁଅ ବିଶ୍ରା କୁନକୁଲ(୧୯) ଓ ଶୁକଲାଲ ବାନାରାଙ୍କ ପୁଅ ରସାଇ ବାନରା(୧୯) ଏବଂ ଉକ୍ତ ଅଞ୍ଚଳର କାଣ୍ଡେ ବାନରା ମାନପୁର ଗ୍ରାମସ୍ଥିତ ଇଟା ଭାଟିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଗୁରୁବାର ରାତିରେ ସେମାନେ ଅନ୍ୟ ଶ୍ରମିକଙ୍କ ସହ ଇଟାଭାଟି ନିକଟରେ ଥିବା ଏକ ପକ୍କାଘରେ ଶୋଇଥିଲେ। ପ୍ରବଳ ଶୀତରୁ ରକ୍ଷା ପାଇବା ପାଇଁ ଘରର କବାଟ, ଝରକା ବନ୍ଦ କରି ଦେଇଥିବା ବେଳେ ଲାଇଟ୍‌ ଜଳାଇବାକୁ ଭିତରେ ଥିବା ଏକ ଜେନେରେଟର ଲଗାଇଥିଲେ। ହେଲେ ଜେନେରେଟରରୁ ବାହାରୁଥିବା ଧୂଆଁରେ ୩ଜଣ ଶ୍ରମିକ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ଅନ୍ୟମାନେ ଘଟଣା ସମ୍ପର୍କରେ ଭାଟି ମାଲିକଙ୍କୁ ଫୋନରେ ଜଣାଇଥିଲେ। ଏହାପରେ ୨ ଶ୍ରମିକଙ୍କୁ ଏକ କମ୍ପାନୀ ଆମ୍ବୁଲାନ୍ସରେ ବଅଁରପାଳସ୍ଥିତ ଘରୋଇ ନର୍ସିଂହୋମକୁ ନିଆଯାଇଥିଲା। ସେଠାରେ ଡାକ୍ତର ଗୁରୁତର ଶ୍ରମିକ ବିଶ୍ରା ଓ ରସାଇଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଶ୍ରମିକ କାଣ୍ଡେ ବାନରାଙ୍କୁ ଭାଟି ମାଲିକଙ୍କ ପକ୍ଷରୁ ଏକ ଘରୋଇ ଗାଡିରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ସେଠାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଖବରପାଇ କଣ୍ଟାବଣିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଅତିରିକ୍ତ ଶ୍ରମ ଅଧିକାରୀ ହଳଧର ବରାଳ କହିଛନ୍ତି, ଶ୍ରମ ଆଇନ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି। ଆଇନ ମୁତାବକ କ୍ଷତିପୂରଣ ପ୍ରଦାନ କରାଯିବ। ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଛନ୍ତି, ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କର ମୃତ୍ୟୁ ହୋଇଛି। ଜଣେ ଗୁରୁତର ଅଛନ୍ତି। କଣ୍ଟାବଣିଆ ଥାନାରେ ନଂ. ୬/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଇଟାଭାଟି ମାଲିକଙ୍କୁ ଠାବ କରାଯାଇଛି। ତହସିଲଦାରଙ୍କ ସହିତ ଆଲୋଚନା ପରେ ଭାଟି କାଗଜପତ୍ର ଯାଞ୍ଚ କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri