ମଣ୍ଡି ଖୋଲିବାକୁ ଜମି ଦାନ କଲେ ବଦାନ୍ୟ ଚାଷୀ

କୋକସରା,୨୪ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଝରିଆଗୁଡାଠାରେ ମଣ୍ଡି ଖୋଲିବା ପାଇଁ ଅଞ୍ଚଳର ଚାଷୀମାନେ ପ୍ରଶାସନ ନିକଟରେ ଦାବି କରିଆସୁଥିଲେ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗତବର୍ଷ ମଣ୍ଡି ଖୋଲିବାକୁ ଅନୁମତି ଦେଇଥିଲେ ମଧ୍ୟ ଜାଗା ସମସ୍ୟା ଉପୁଜିଥିଲା। ନିଜ ଗାଁ ଓ ଅଞ୍ଚଳର ଚାଷୀଙ୍କ ଧାନ ବିକ୍ରି ସମସ୍ୟାକୁ ହୃଦୟଙ୍ଗମ କରି ଝରିଆଗୁଡା ଗ୍ରାମର ଜଣେ ସଚେତନ ଓ ବଦାନ୍ୟ ଚାଷୀ ଜୟଲାଲ ନାଏକ ଗାଁ ନିକଟରେ ଥିବା ନିଜର ୧ ଏକର ଚାଷଜମିକୁ ଦାନ କରିବା ପାଇଁ ମନସ୍ଥ କରି ଗ୍ରାମର ଚାଷୀଙ୍କୁ ଡାକି ଆଲୋଚନା କରିଥିଲେ। ପରବର୍ତ୍ତୀ ସମୟରେ ସେ ଜିଲା ପ୍ରଶାସନକୁ ଲିଖିତ ଭାବେ ଜଣାଇଥିଲେ। ଜମି ଦାନ ପରେ ଗତବର୍ଷଠାରୁ ଝରିଆଗୁଡାରେ କୋକସରା ପାକ୍ସ ଅଧୀନରେ ମଣ୍ଡି ଆରମ୍ଭ ହୋଇ ଚାଷୀମାନେ ସୁରୁଖୁରୁରେ ନିଜ ଗାଁରେ ଧାନ ବିକ୍ରି କରିଥିଲେ। ତେବେ ଜମିଦାନ କରିଥିବା କାଗଜପତ୍ର ପ୍ରଶାସନକୁ ହସ୍ତାନ୍ତର ହୋଇ ନ ଥିଲା। ସୋମବାର ଜମିଦାନ କରିଥିବା ଚାଷୀ ଜୟଲାଲଙ୍କ ସମେତ ସ୍ଥାନୀୟ ପଞ୍ଚାୟତର ସମିତି ସଭ୍ୟ ମୁକ୍ତେଶର ନାଏକ, ଝରିଆଗୁଡା ଗ୍ରାମର ଚାଷୀ ରାଜକିଶୋର ସାହୁ, ହୃଷୀକେଶ ଖମାରି, ସୁରେନ୍ଦ୍ର ବଚ୍ଛା, କୁରୁକ୍ଷେତ୍ର ପାଣିଗ୍ରାହୀ ପ୍ରମୁଖ ଚାଷୀମାନେ ମୁଖିଗୁଡା ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ଭୁବନେଶ୍ୱର ବେହେରାଙ୍କୁ ଦାନ କରିଥିବା ଜମିର ରେଜିଷ୍ଟ୍ରେଶନ ପଟ୍ଟା ହସ୍ତାନ୍ତର କରିଥିଲେ। ଚାଷିଙ୍କ ପାଇଁ ଜମିଦାନ କରି ମହାନତା ଦେଖାଇ ଥିବା ଚାଷୀ ଜୟଲାଲଙ୍କୁ ଗ୍ରାମବାସୀ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri